ରାଜ୍ୟରେ ୧୦୧୮ ନୂଆ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡରେ ସର୍ବାଧିକ


ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୦୧୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୦୦୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୮୫ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୪୩୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୫ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪ଜଣ, ବରଗଡ଼ ଜିଲ୍ଲାରୁ ୨୭ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୭ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୭୩ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୦ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫୧ଜଣ, ଯାଜପୁର ଜିଲ୍ଲାରୁ ୩୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୪୩ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୮ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୩ଜଣ, କୋରାପୁଟ ଜିଲ୍ଲାରୁ ୧୨ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୪୧ଜଣ, ପୁରୀ ଜିଲ୍ଲାରୁ ୩୮ଜଣ, ସମ୍ବଲପୁର ଜିଲ୍ଲାରୁ ୪୬ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୪ଜଣ, ଷ୍ଟେଟ ପୁଲ୍‌ରୁ ୧୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୭୦୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୭୧୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୭୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୧୭୧୧୮୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.