ରାଜ୍ୟରେ କରୋନାରେ ଆଖି ବୁଜିଲେ ଆଉ ୧୧ ଜଣ, ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି


ରାଜ୍ୟରେ ବୁଧବାର ଆଉ ୧୧ଜଣ କରୋନା ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ୪ଜଣ, ଭୁବନେଶ୍ୱରରୁ ୨ ସମେତ ଖୋର୍ଦ୍ଧାରୁ ୩ ଜଣ, ବଲାଙ୍ଗୀର, କନ୍ଧମାଳ, କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏଁ କାରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥି ସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୮୦କୁ ବୃଦ୍ଧି ପାଇଛି।


Share It

Comments are closed.