ରାଜ୍ୟରେ ୧୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରୁ ଶନିବାର ଆଉ ୧୬୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୯୫୮୨ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮୬ ଜଣ ସଙ୍ଗରୋଧରୁ ରହିଥିବା ବେଳେ ୭୦୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।


Share It

Comments are closed.