ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୪ କରୋନା ଆକ୍ରାନ୍ତ


ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଜି ୧୭୪ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୧୭୪ ସଂକ୍ରମିତଙ୍କ ମଧ୍ୟରୁ କେନ୍ଦୁଝରରୁ ୫ଜଣ, ଯାଜପୁର ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୬ଜଣ , ମାଲକାନ୍‌ଗିରିରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩୪ଜଣ, କଳାହାଣ୍ଡ ଜିଲ୍ଲାରୁ ୬ଜଣ, ନୂଆପଡା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୫୬ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ ଜିଲ୍ଲାରୁ ୩ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୫୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।


Share It

Comments are closed.