ଯବାନ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୨ ଆତଙ୍କୀ ମୃତ


ଜାମ୍ମୁ କାଶ୍ମୀରରେ ସୁରକ୍ଷାବାହିନୀକୁ ବଡ଼ ସଫଳତା । ବାନ୍ଦୀପୋରାରେ ସୁରକ୍ଷାବାହିନୀ ଓ ଆତଙ୍କବାଦୀ ମୁହାଁମୁହିଁ ହେବାରୁ ସେନା ଗୁଳିରେ ଟଳିଛନ୍ତି ୨ ଆତଙ୍କବାଦୀ । ୨ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ । ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି । ବାନ୍ଦୀପୋରାର ସୋକବାବା ଜଙ୍ଗଲରେ ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା ।

ଏହାପରେ ବାନ୍ଦୀପୋରା ପୋଲିସ, ସେନାର ୧୩ ଏବଂ ୧୪ ଆରଆର ଓ ସିଆରପିଏଫ୍ ଯବାନଙ୍କ ଏକ ଜଏଣ୍ଟ ଟିମ୍ ସର୍ଚ୍ଚ ଅପରେଶନ କରିଥିଲା। ଏହି ସମୟରେ ଆତଙ୍କବାଦୀମାନେ ଗୁଳି ଚାଳନା କରିଥିଲେ । ଫଳରେ ସୁରକ୍ଷାବାହିନୀ ଏହାର ପ୍ରତି ଜବାବ ଦେଇଥିଲା । ଫଳରେ ସେନା ଗୁଳିରେ ୨ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ମୃତ ଆତଙ୍କୀଙ୍କ ପରିଚୟ ମିଳିପାରି ନାହିଁ । ସ୍ଥାନୀୟ ଅଞ୍ଚଳରେ ଏବେ ସର୍ଚ୍ଚ ଅପରେଶନ ଜାରି ରହିଛି।


Share It

Comments are closed.