ରାଜ୍ୟରେ ୨୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୬୭୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫୪ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୧୧୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୩୮୦୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୦୬୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୫୨୪୨୪୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.