କମୁଛି ସଂକ୍ରମଣର ହାର, ରାଜ୍ୟରେ ୩୦୬୭ ନୂଆ ଆକ୍ରାନ୍ତ ଚିହ୍ନଟ


କରୋନା ସ୍ଥିତି ଅତି ସାଙ୍ଘାତିକ ଆଡକୁ ଯାଉଛି । ଦିନକୁ ଦିନ ଉଗ୍ର ରୂପ ଧାରଣ କରୁଛି ମହାମାରୀ କରୋନା । ନୂଆ ଆକ୍ରାନ୍ତ ଚିହ୍ନଟରେ ଓଡ଼ିଶା ରେକର୍ଡ ସୃଷ୍ଟି ହେଉଛି। ୨୪ ଘଣ୍ଟା ମଧ୍ୟରେ ୩୦୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୫୬୭୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରେଣ୍ଟାଇନ‌ରେ ରହିଥିବା ବେଳେ ୧୨୫୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୧୫୬୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୭୨୧୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୭୭୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୦୦୮୫୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.