୨୪ ଘଣ୍ଟା ମଧ୍ୟରେ ଦେଶରେ ପୁଣି ୬୧,୪୦୮ ନୂତନ କରୋନା ପଜିଟିଭ ଚିହ୍ନଟ, ମୋଟ ସଂକ୍ରମଣ ୩୧ ଲକ୍ଷ ପାର


ଦେଶରେ କରୋନାର ଗତି ପୁଣି ବେଗ ଧରିଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ପୁଣି ୬୧,୪୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ଅଗଷ୍ଟ ୨୪ ତାରିଖ ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୩୧,୦୬,୩୪୮ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୨୩୩୮୦୩୫ଜଣ ସୁସ୍ଥ ହୋଇଥିବା ବେଳେ ୫୭୫୪୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି।

୨୪ ଘଣ୍ଟା ମଧ୍ୟରେ ଜଣାପଡ଼ିଥିବା ୬୧,୪୦୮ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭୧୦୭୭୧ ରହିଛି। ଗତ ୨୪ ଘଣ୍ଟାରେ ୮୩୬ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଦେଶରେ କରୋନା ଜନିତ ସମୁଦାୟ ମୃତ୍ୟୁ ସଂଖ୍ୟା ୫୭୫୪୨ ରେ ପହଞ୍ଚିଛି। ଏହା ସହ ୨୪ଘଣ୍ଟାରେ ୫୭,୪୬୯ଜଣ ସୁସ୍ଥ ହୋଇଛନ୍ତି |


Share It

Comments are closed.