ଦେଶରେ ୬୨ ହଜାରରୁ ଉର୍ଦ୍ଧ୍ୱ ନୂଆ ଆକ୍ରାନ୍ତ ଚିହ୍ନଟ


ପୂର୍ବ ଅପେକ୍ଷା ବର୍ତ୍ତମାନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳୁଛି। ୨୪ ଘଣ୍ଟାରେ ୬୨,୨୧୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୩୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୨ ହଜାର ୯୯୮ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୪ ଲକ୍ଷ ୩୨ ହଜାର ୬୮୧କୁ ବୃଦ୍ଧି ପାଇଛି। ୭,୯୫,୦୮୭ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୫,୨୪,୫୯୬ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।


Share It

Comments are closed.