ରାଜ୍ୟରେ ୬୪୪ ନୂଆ ଆକ୍ରାନ୍ତ ଚିହ୍ନଟ, କଟକରେ ସର୍ବାଧିକ


ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୬୬୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୬୯ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୨୭୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୬୬୪୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୭୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୮୧୦୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୭୩୨୫୯୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.