ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, ବାଲେଶ୍ୱର ସଦର ବିଜେପି ବିଧାୟକ ମଦନମୋହନ ଦତ୍ତଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ବାଲେଶ୍ୱର ସଦରର ବିଧାୟକ ମଦନମୋହନ ଦତ୍ତ ପ୍ରିୟ ମଙ୍ଗୁ ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଶ୍ରୀଯୁକ୍ତ ଦତ୍ତ ମୋର ଭାଇ ଭଳି ଥିଲେ । ଅତ୍ୟନ୍ତ ଖୋଲା, ଆମାୟିକ ତଥା ଲୋକଙ୍କ ପାଇଁ ସମର୍ପିତ ଥିଲେ ।

ମଙ୍ଗୁ ଭାଇଙ୍କ ପୁଅ ମାନସ କୁମାର ଦତ୍ତଙ୍କ ସହ କଥା ହେଲି । ଏପରି ଦାରୁଣ ଦୁଃଖ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାରକୁ ଅସୀମ ଧୈର୍ଯ୍ୟ ଓ ସାହାସ ଦିଅନ୍ତୁ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିଛନ୍ତି ।


Share It

Comments are closed.