ବିଧାୟକ ବିଷ୍ଣୁଚରଣ ଦାସଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ

Share It

ଭୁବନେଶ୍ୱର, ଜୁଲାଇ   ପୂର୍ବତନ ମନ୍ତ୍ରୀ, ସାସଂଦ ତଥା ତିର୍ତ୍ତୋଲ ବିଧାୟକ ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ମୃତ୍ୟୁରେ ଓଡ଼ିଶା ରାଜନୀତିର ଗୋଟିଏ ଯୁଗର ଅବସାନ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ପୂର୍ବତନ ମନ୍ତ୍ରୀ, ସାସଂଦ ତଥା ବରିଷ୍ଠ ନେତା ବିଷ୍ଣୁଚରଣ ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ମୃତ୍ୟୁରେ ଓଡ଼ିଶା ରାଜନୀତିର ଗୋଟିଏ ଯୁଗର ଅବସାନ ଘଟିଲା । ଦୀର୍ଘ ରାଜନୈତିକ ଓ ସାମାଜିକ ଜୀବନରେ ସାଧାରଣ ଗରିବ ଲୋକଙ୍କ ସେବାରେ ସେ ଏକ ଅଲିଭା ଛାପ ଛାଡ଼ି ଚାଲି ଯାଇଛନ୍ତି ।

ତାଙ୍କର ଅମରଆତ୍ମାର ସଦଗତି ନିମନ୍ତେ ପ୍ରାର୍ଥନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇଛନ୍ତି । ଏହି ଦୁଃଖଦ ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହାସ ପ୍ରଦାନ କରନ୍ତୁ ।


Share It

Comments are closed.