ରାଜ୍ୟରେ ଆଉ ୨୫୮୯ ନୂଆ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରୁ ଆଜି ଆଉ ୨୫୮୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୨୫୮୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୪ କ୍ୱାରେଣ୍ଟାଇନରୁ ରହିଥିବା ବେଳେ ୧୦୧୫ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ୧୦ ଲକ୍ଷ ୬୨ ହଜାର ୪୬୯ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୬୭ ହଜାର ୧୨୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫ ହଜାର ୩୧୪ ଜଣ ସୁସ୍ଥ ହୋଇଥିବା ବେଳେ ୩୭୨ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି ଏବଂ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରୁ ବର୍ତ୍ତମାନ ୨୧ ହଜାର ୩୮୩ ଜଣ ଚିକିତ୍ସିତ ହେଉଛନ୍ତି।
Comments are closed.