ଦେଶରେ ଆରୋଗ୍ୟ ହାର ୭୮.୬୪ ପ୍ରତିଶତକୁ ବୃଦ୍ଧି
ଦେଶରେ କୋଭିଡ ଆରୋଗ୍ୟ ହାର ୭୮.୬୪ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୨ହଜାରରୁ ଅଧିକ ଲୋକ ଆରୋଗ୍ୟଲାଭ କରିଛନ୍ତି। ଫଳରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ୪୦ ଲକ୍ଷ ୨୫ ହଜାରରୁ ଅଧିକ ରହିଛି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଆରୋଗ୍ୟ ହାର ବୃଦ୍ଧି ପାଇବା ସହ ଦେଶରେ ଚିକିତ୍ସିତ ହେଉଥିବା ସଂକ୍ରମିତ ମାନଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି ଓ ମୋଟ୍ ସଂକ୍ରମଣର ଏହା ୧୯.୭୩% ରହିଛି। ଦେଶରେ ଚିକିତ୍ସିତ ହେଉଥିବା ସକ୍ରିୟ ସଂକ୍ରମିତମାନଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ରହିଛି। ନମୂନା ପରୀକ୍ଷା, ସଂକ୍ରମିତ ମାନଙ୍କର ଚିହ୍ନଟ ଓ ତୁରନ୍ତ ଚିକିତ୍ସା ଯୋଗୁଁ ଆରୋଗ୍ୟହାର ବୃଦ୍ଧି ପାଇବା ସହ ମୃତ୍ୟୁହାର ହ୍ରାସ ପାଉଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣଙ୍କର ମୃତ୍ୟୁ ଘଟିବାରୁ କୋଭିଡ୍ ଜନିତ ମୃତ୍ୟୁ ସଂଖ୍ୟା ୮୩ ହଜାର ୧୯୮ରେ ପହଞ୍ଚିଛି। ଦେଶରେ କୋଭିଡ ମୃତ୍ୟୁହାର ୧.୬୩ ଭାଗ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୩୬ହଜାରରୁ ଅଧିକ ନମୂନା ପରୀକ୍ଷା କରାଯାଇଛି। ଫଳରେ ଏପର୍ଯ୍ୟନ୍ତ ମୋଟ୍ ୬ କୋଟି ୫ଲକ୍ଷରୁ ଅଧିକ ନମୂନା ପରୀକ୍ଷା କରାଯାଇଛି।
Comments are closed.