ଖବର ଦେଶରେ ଦୈନିକ ସଂକ୍ରମଣ ୩.୪୬ ଲକ୍ଷ ଟପିଲା By SIbu Singh Last updated Apr 24, 2021 Share Itଦେଶରେ କରୋନା ନିଜର କାୟା ବିସ୍ତାର କରିବାରେ ଲାଗିଛି। ଦୈନିକ ସଂକ୍ରମଣ ଲକ୍ଷାଧିକ ଟପୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଦେଶରେ ଦିନକରେ ୩ ଲକ୍ଷ ୪୬ ହଜାର ୭୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ପଜିଟିଭ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ ହଜାର ୪୮୧କୁ ବୃଦ୍ଧି ପାଇଛି। ଅପରପକ୍ଷରେ ଚିକିତ୍ସାଧୀନ ଅବସ୍ଥାରେ ୨,୬୨୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୧୯ ହଜାର ୮୩୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ୨୫ ଲକ୍ଷ ୫୨ ହଜାର ୯୪୦ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି। Share It
Comments are closed.