ପଦ୍ମଭୂଷଣ ମନୋଜ ଦାସଙ୍କ ମରଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ପୁଡୁଚେରୀ ଉପରାଜ୍ୟପାଳଙ୍କୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Share It

ଭୁବନେଶ୍ୱର, – ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ପୁଡୁଚେରୀ ଉପରାଜ୍ୟପାଳ ତାମିଲିସାଇ ସୁନ୍ଦରରାଜନଙ୍କ ସହ ମଧ୍ୟ ଫୋନ୍ ଯୋଗେ କଥା ହୋଇ ସାରସ୍ୱତ ସାଧକ ସ୍ୱର୍ଗତ ଦାସଙ୍କ ମରଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଥିବା ଟ୍ୱିଟ୍ କରିଛନ୍ତି ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ବିଶିଷ୍ଟ ସାହିତ୍ୟିକ, କଥାକାର ପଦ୍ମଭୂଷଣ ପ୍ରଫେସର ମନୋଜ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଓଡ଼ିଆ ଭାଷା, ଭାରତୀୟ ଓ ବିଦେଶୀ ଭାଷାରେ ତାଙ୍କର କାଳଜୟୀ ସୃଷ୍ଟି ପାଇଁ ସେ ଅନେକ ସମ୍ମାନର ଅଧିକାରୀ ହୋଇଥିଲେ ।
ସାରସ୍ୱତ ସାଧକ ଶ୍ରୀ ଦାସଙ୍କ ବିୟୋଗରେ ଓଡ଼ିଶା ତଥା ଭାରତ ସାହିତ୍ୟ ଜଗତରେ ଅପୂରଣୀୟ ଶୂନ୍ୟ ସ୍ଥାନ ତିଆରି ହୋଇଛି । ଶ୍ରୀ ଦାସଙ୍କ ପରିବାର ସଦସ୍ୟା ଡା. ରଞ୍ଜିତା ଦାସଙ୍କ ସହ ଫୋନରେ କଥା ହୋଇ ଗଭୀର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କଲି ।


Share It

Comments are closed.