ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ – ଧର୍ମେନ୍ଦ୍ର ପ୍ରଧାନ

Share It

ଭୁବନେଶ୍ୱର, ମଇ 22 – ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍’କୁ ନେଇ ପ୍ରାକ୍ ପ୍ରସ୍ତୁତି ଏବଂ ତାହାର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ଉପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଭାରତୀୟ ପାଣିପାଗ ନିର୍ଦ୍ଦେଶକ(ଆଇଏମଡ଼ି) ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ଏନଡ଼ିଆରଏଫ ଡ଼ିଜି ସତ୍ୟ ନାରାୟଣ ପ୍ରଧାନଙ୍କ ସହ ଭିଡ଼ିଓ କନଫରେନ୍ସିଂ ଜରିଆରେ ସମୀକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ସମ୍ଭାବ୍ୟ ବାତ୍ୟାର ସ୍ଥିତି ଏବଂ ଅବସ୍ଥିତି ନେଇ ବିସ୍ତୁତ ଭାବରେ କଥା ହେବା ସହ ଏନଡ଼ିଆରଏଫ୍ ଦ୍ୱାରା ହୋଇଥିବା ପ୍ରସ୍ତୁତି ଉପରେ ମଧ୍ୟ ଆଲୋଚନା ହେଲା । ଏନଡ଼ିଆରଏଫ୍ ଓଡ଼ିଶାକୁ ସମସ୍ତ ପ୍ରକାର ସହଯୋଗ ତଥା ବିପର୍ଯ୍ୟୟ ସୁରକ୍ଷା ବଳ ନିୟୋଜିତ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୃତ ରହିଥିବା ଡ଼ିଜି ଏସ.ଏନ ପ୍ରଧାନ ଅବଗତ କରାଇଲେ । ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ । ଏ ନେଇ ମୁଁ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ଆଲୋଚନା କରିବି । ଭାରତ ସରକାର ଏବଂ ରାଜ୍ୟ ସରକାରଙ୍କ ସମନ୍ୱୟରେ ଏହି ବାତ୍ୟାର ମୁକାବିଲା କରିପାରିବା । ଲୋକମାନେ ଭୟଭୀତ ନହୋଇ ସଜାଗ ରହିବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପ୍ରଧାନ କରିଛନ୍ତି ।


Share It

Comments are closed.