ଦେଶରେ ହ୍ରାସ ପାଉଛି ସଂକ୍ରମଣ: ୨୪ ଘଣ୍ଟାରେ ୩୭ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ, ୭୨୪ ମୃତ

Share It

ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭୨୪ ଜଣଙ୍କ ମୃତ୍ୟୁ ହୋଇଛି ।


ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୭୧୫୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୭୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୭୨୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୮ ଲକ୍ଷ ୭୪ ହଜାର ୩୭୬ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮ ହଜାର ୭୬୪ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୧୪ ହଜାର ୭୧୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୫୦୮୯୯।


Share It

Comments are closed.