କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ମାନ୍ୟତା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଗଲା – ଧର୍ମେନ୍ଦ୍ର ପ୍ରଧାନ

Share It

ନୂଆଦିଲ୍ଲୀ/ଭୁବନେଶ୍ୱର, – କଳାହାଣ୍ଡି ବିଶ୍ୱବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ୍ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି ବୋଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଏହି ନିଷ୍ପତି ନିଶ୍ଚିତ ଭାବରେ ଜନଜାତି ବହୁଳ ଅଞ୍ଚଳ କଳାହାଣ୍ଡି ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବ ଏବଂ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ‘ଜାତୀୟ ଶିକ୍ଷା ନୀତି’ ଜରିଆରେ ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରାଇବ ବୋଲି ଆଶା କରୁଛି ।
କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨(ବି)ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହି ଆର୍ଥିକ ଅନୁଦାନ ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ମଜବୁତ୍ କରିବା ସହ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବାରେ ସହାୟକ ହେବ ।
ବିଶ୍ୱବିଦ୍ୟାଳୟ ମାନ୍ୟତା ନେଇ ମୋତେ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଅବଗତ କରାଇଥିଲେ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଥିବା ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।


Share It

Comments are closed.