କିପରି କଟିବ ଆଜି ଆପଣଙ୍କ ଦିନ, ପଢନ୍ତୁ ରାଶିଫଳ
ରାଶିଫଳ
ମେଷ: ପରିବାରରେ ସୁଖ ଶାନ୍ତି, ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ଓ ଭାଇ, ଭଉଣୀଙ୍କ ପ୍ରତି ସ୍ନେହଭାବ ଜାଗ୍ରତ ହେବ । ନୂତନ କର୍ମାରମ୍ଭ କରିବେ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ବାଣିଜ୍ୟରେ ଉତ୍ତମ ଆୟ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଦେଖାଦେବ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ଉଦ୍ଯୋଗୀ ହେବେ । ମହିଳାମାନେ ସୁଖୀ ହେବେ । ଶୁଭରଙ୍ଗ-ଗୋଲାପୀ, ଶୁଭସଂଖ୍ୟା-୬, ଆରାଧନା-ମା’ ବଗଳାମୁଖୀ ।
ବୃଷ: ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ବିବାଦ ଓ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଦେଖାଦେବ ଏବଂ ଆର୍ଥିକ ଅବସ୍ଥା ବିଗିଡ଼ିଯିବ । କର୍ମରେ ଅନାଗ୍ରହ ଓ ଆଳସ୍ୟତା ଭାବ ପ୍ରକାଶ ପାଇବ ଏବଂ ସହକର୍ମୀଙ୍କ ବିରୋଧର ଶିକାର ହେବେ । ଯେଉଁମାନଙ୍କର ରୋହିଣୀ ବୃଷ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ଆଳସ୍ୟତା କରିବେ । ମହିଳାମାନେ ଧନକ୍ଷତି କରିବେ । ଶୁଭରଙ୍ଗ-ଧଳା, ଶୁଭସଂଖ୍ୟା-୧୨, ଆରାଧନା-ପ୍ରଭୁ ଶ୍ରୀରାମ ।
ମିଥୁନ: ଆମୋଦପ୍ରମୋଦ ଓ ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ ଓ ସ୍ୱଜନ, ପ୍ରିୟଜନ, ବନ୍ଧୁବାନ୍ଧବ ଓ ପଡ଼ୋଶୀଙ୍କ ସହିତ ସମ୍ପର୍କ ସୁଦୃଢ଼ ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା, ସମ୍ମାନ ଓ ସମସ୍ତଙ୍କର ପ୍ରିୟପାତ୍ର ହେବେ । ଯେଉଁମାନଙ୍କ ମୃଗଶିରା ଓ ପୁନର୍ବସୁ ମିଥୁନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ମଉଜ, ମଜଲିସରେ ମନ ଦେବେ । ମହିଳାମାନେ ଆତ୍ମସନ୍ତୋଷ ଲାଭ କରିବେ । ଶୁଭରଙ୍ଗ-ମେରୁନ୍, ଶୁଭସଂଖ୍ୟା-୪, ଆରାଧନା- ମା’ ଷୋଡ଼ଶୀ ।
କର୍କଟ: ଘାତବାର ଓ ଦ୍ୱାଦଶ ଚନ୍ଦ୍ର ହେତୁ ସମସ୍ତ କର୍ମରେ ସଫଳତା ମିଳିଲେ ମଧ୍ୟ ମନରେ ହତାଶାଭାବ ଓ ଅସ୍ଥିରତା ପ୍ରକାଶ ପାଇବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅଧିକ, ବ୍ୟୟ କମ୍ ରହିବ ଏବଂ ବ୍ୟବସାୟ କର୍ମରେ ଦୂରସ୍ଥାନକୁ ଯାତ୍ରା କରିବେ । କର୍ମରେ ସଫଳତା ଏବଂ ସମସ୍ତ କଷ୍ଟସାଧ୍ୟ ଓ ଅଟକିଥିବା କାମକୁ ସୁଚାରୁରୂପେ ସମ୍ପାଦନ କରିବେ । ଯେଉଁମାନଙ୍କର ପୁନର୍ବସୁ ଓ ପୁଷ୍ୟା କର୍କଟ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ ସ୍ୱକର୍ମରେ ମନୋନିବେଶ କରିବେ । ମହିଳାମାନେ ଘରକରଣା ଦ୍ରବ୍ୟ କ୍ରୟ କରିବେ । ଶୁଭରଙ୍ଗ-ଲାଲ, ଶୁଭସଂଖ୍ୟା-୧, ଆରାଧନା-ଭଗବାନ ଶିବ ।
ସିଂହ : ଏକାଦଶ ଚନ୍ଦ୍ର ହେତୁ ଆୟର ମାର୍ଗ ଅତି ଉତ୍ତମ ହେବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ସୁବିଧା ସୁଯୋଗ ହାସଲ କରିବେ । ଯେଉଁମାନଙ୍କର ମଘା ଓ ଉତ୍ତରା ଫାଲଗୁନୀ ସିଂହ ସେମାନେ ଉପକୃତ ହେବେ । ବିଦ୍ୟାର୍ଥୀ କର୍ମରେ ଧ୍ୟାନ ଦେବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ଶ୍ରୀଜଗନ୍ନାଥ ।
କନ୍ୟା: ଘାତଚନ୍ଦ୍ର ହେତୁ ସମସ୍ତ କର୍ମରେ ବିଫଳତା ଓ କର୍ମ ପ୍ରତି ଅନାଗ୍ରହ ଭାବ ଜାଗ୍ରତ ହେବ । ଚାକିରି ଚାଲିଯାଇପାରେ କିମ୍ବା ଦୂରସ୍ଥାନକୁ ସ୍ଥାନାନ୍ତର ହୋଇପାରେ । ମନରେ ହତାଶାଭାବ ଓ ଚାଲିଚଳନ ବ୍ୟବହାର ବିବାଦୀୟ ହେବ ଓ ଶାରୀରିକ ପୀଡ଼ା ଭୋଗିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ବହୁତ କମ୍ ରହିବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଯେଉଁମାନଙ୍କର ହସ୍ତା କନ୍ୟା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମ ପ୍ରତି ବିମୁଖ ହେବେ । ମହିଳାମାନେ ଅସ୍ଥିରମନା ହେବେ । ଶୁଭରଙ୍ଗ-ସବୁଜ, ଶୁଭସଂଖ୍ୟା-୬, ଆରାଧନା-ମା’ ଭୈରବୀ ।
ତୁଳା : କୃଷ୍ଣପକ୍ଷର ନବମ ଚନ୍ଦ୍ର ହେତୁ ମାନ ସମ୍ମାନ ହାନି, ଗୁରୁଜନଙ୍କ ସହ ବିବାଦ ଓ କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ହେବ । ରାଜନୈତିକ ବ୍ୟକ୍ତିଙ୍କ ପାଇଁ ଦିନଟି ଅଶୁଭ ସାବ୍ୟସ୍ତ ହେବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ । କର୍ମରେ ବିଫଳତା ଏବଂ ସହକର୍ମୀଙ୍କର ଉପହାସର ପାତ୍ର ହେବେ । ଯେଉଁମାନଙ୍କର ସ୍ୱାତୀ ତୁଳା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମରୁ ବିଚ୍ୟୁତ ହେବେ । ମହିଳାମାନେ ଅପମାନ ପାଇବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୪, ଆରାଧନା-ପ୍ରଭୁ ଶ୍ରୀରାମ ।
ବିଛା: ଅଷ୍ଟମ ଚନ୍ଦ୍ର, ଅଷ୍ଟମୀ ତିଥି ଏବଂ ଅଷ୍ଟମ ରବି ହେତୁ ବିଶେଷ ସତର୍କତା ଜରୁରୀ । ଧନ କ୍ଷତି, ମାନସିକ ଦୁଶ୍ଚିନ୍ତା, ପରିବାରରେ ବିବାଦ ଏବଂ ଅଜଣା ବିପଦ ପଡ଼ିପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ଏବଂ ଆର୍ଥିକ ଠକାମିରେ ପଡ଼ିପାରନ୍ତି । କର୍ମରେ ବାଧାବିଘ୍ନ, ଆଳସ୍ୟତା ଏବଂ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରୁ ଦୂରେଇଯିବେ । ମହିଳାମାନେ ବିଷାଦଗ୍ରସ୍ତ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୧୧, ଆରାଧନା-ପ୍ରଭୁ ସ୍କନ୍ଦ ।
ଧନୁ: ସ୍ତ୍ରୀସୌଖ୍ୟ, ସ୍ତ୍ରୀହେତୁକ ଧନ ଲାଭ ଓ ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସହାୟତା ଲାଭ କରିବେ । ପରିବାରକୁ ଅଧିକ ସମୟ ଦେବେ ଏବଂ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଯେଉଁମାନଙ୍କର ମୂଳା ଓ ଭତ୍ତରାଷାଢ଼ା ଧନୁ ସେମାନେ ଉପକୃତ ହେବେ । ମହିଳାମାନେ ପରିବାର ସେବାରେ ବ୍ରତୀ ହେବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୫, ଆରାଧନା-ପ୍ରଭୁ ଗଜାନନ ।
ମକର: ଷଷ୍ଠ ଚନ୍ଦ୍ର ହେତୁ ସମସ୍ତ କର୍ମରେ ଆଜି ବିଜୟ ହାସଲ କରିବେ । ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ଏବଂ ଆ•ର ବ୍ୟବହାର, •ଲିଚଳନ ସର୍ବଜନ ଆଦୃତ ହେବ । ଆପଣଙ୍କ ବକ୍ତବ୍ୟରେ ସମସ୍ତେ ବଶୀଭୂତ ହେବେ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଏବଂ କର୍ମରେ ସଫଳତା ଓ କର୍ମସ୍ଥାନର ସମସ୍ତ ବାଧାବିଘ୍ନ ଦୂର ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ଉଚ୍ଚମନା ହେବେ । ମହିଳାମାନେ ସୌଭାଗ୍ୟବତୀ ହେବେ । ଶୁଭରଙ୍ଗ-କଫି, ଶୁଭସଂଖ୍ୟା-୩, ଆରାଧନା-ମା’ ଚଣ୍ଡୀ ।
କୁମ୍ଭ: କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ହେତୁ ବିଦ୍ୟା, ସନ୍ତାନ, ପିତାମାତା, ଯଶ, ସମ୍ମାନ ଓ କର୍ମ-ଏହି ପାଞ୍ଚଟି କର୍ମରେ ବାଧା ପହଞ୍ଚିବ । ବାଣିଜ୍ୟ, ବ୍ୟବସାୟ ମାନ୍ଦା ରହିବ ଏବଂ କର୍ମରେ ବିଫଳତା ଓ ସମ୍ମାନ ହାନି ଘଟିବ । ମନ ଅସ୍ଥିର ରହିବ ଓ ଇତର ଜନଠାରୁ ଅପମାନ ପାଇବେ । ଯେଉଁମାନଙ୍କର ଶତଭିଷା କୁମ୍ଭ ସେମାନେ ସତର୍କ ହେବେ । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ । ମହିଳାମାନେ ଦୁଃଖୀ ହେବେ । ଶୁଭରଙ୍ଗ-ନୀଳ, ଶୁଭସଂଖ୍ୟା-୬, ଆରାଧନା-ମା’ ଭୈରବୀ ।
ମୀନ: ଆର୍ଥିକ ସ୍ଥିତିରେ ଆଖିଦୃଶିଆ ଉନ୍ନତି ଦେଖାଦେବ । ବାଣିଜ୍ୟ, ବ୍ୟବସାୟରେ ଉତ୍ତମ ଆୟ ଓ ପରିବହନରେ ଅଧିକ ଆୟ ହେବ । ସ୍ୱଜନ, ପ୍ରିୟଜନ ଓ ବନ୍ଧୁବାନ୍ଧବଙ୍କ ସହ ସୁସମ୍ପର୍କ ଓ ତାଙ୍କର ସହଯୋଗ ପ୍ରାପ୍ତ କରିବେ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ଉତ୍ତରଭାଦ୍ର ମୀନ ସେମାନେ ସୁଫଳ ପାଇବେ । ବିଦ୍ୟାର୍ଥୀ ସୁନାମ ଅର୍ଜନ କରିବେ । ମହିଳାମାନେ ଗୁରୁଜନଙ୍କ ସେବା କରିବେ । ଶୁଭରଙ୍ଗ-ହଳଦିଆ, ଶୁଭସଂଖ୍ୟା-୯, ଆରାଧନା-ମା’ ଧୂମାବତୀ ।
Comments are closed.