ରାଜ୍ୟରେ ୪୨୪ ନୂଆ ଆକ୍ରାନ୍ତ ଚିହ୍ନଟ, ସକ୍ରିୟ ମାମଲା ୨୩ଶହ ଟପିଲା

Share It

କରୋନା ମହାମାରୀ ରାଜ୍ୟରେ ପୁଣିଥରେ ଏହାର କାୟା ମେଲାଇବା ଆରମ୍ଭ କରିଦେଇଛି । ଦିନକୁ ଦିନ ନୂଆ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଅନ୍ୟପଟେ ଓମିକ୍ରନ୍‌ ରାଜ୍ୟରେ ସହରରୁ ଆରମ୍ଭ କରି ଗାଁକୁ ବ୍ୟାପିଛ। ଯାହା ଚିନ୍ତା ବିଷୟ ପାଲଟିଛି।

ଗତ ୨୪ ଘଣ୍ଟାରେ ୪୨୪ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୪୭ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୪୬ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୭୮ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୯୮୦ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୫ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୧ ଜଣ, କଟକରୁ ୬୬ ଜଣ, ବାଲେଶ୍ବରରୁ ୨୯ ଜଣ,ସୁନ୍ଦରଗଡ଼ରୁ ୨୭ ଜଣ, ସମ୍ବଲପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୧୪ ଜଣ, ପୁରୀରୁ ୧୨ ଜଣ, ଜଗତସିଂହପୁରରୁ ୮ ଜଣ,ସୋନପୁରରୁ ୭ ଜଣ, ବଲାଙ୍ଗୀର, ଢ଼େଙ୍କାନାଳ ଓ ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଁଏ, ବରଗଡ଼, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଁଏ, ଦେବଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରୁ ୪ ଜଣ ଲେଖାଁଏ, ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଁଏ, କଳାହାଣ୍ଡି, କେନ୍ଦ୍ରାପଡ଼ା, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଁଏ, ଭଦ୍ରକ ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୫୯୮୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୩୫୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୧୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୭୦୧୦୭୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.