ଟ୍ରେଣ୍ଡ୍‌ସ ନୂଆ ଷ୍ଟୋର ଏବେ ନିମାପଡା ସହରରେ

Share It

ପୁରୀ: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ପୁରୀ ଜିଲ୍ଲାର ନିମାପଡା ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି ।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରକୁ ଲୋକାଭିମୁଖି କରି ଫାସନରେ ଗଣତନ୍ତ୍ରର ବିକାଶ କରିଛି ।ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି ।

ନିମାପଡାର ଏହି ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ପରିବେଶ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି । ନିମାପଡା ଓ ନିକଟବର୍ତୀ ଅଂଚଳର ଗ୍ରାହକମାନେ ଏବେ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇବାକୁ ଆଶା ରଖିପାରିବେ ।

ଏହି ୭୦୦୦ ବର୍ଗଫୁଟର ଷ୍ଟୋର ହେଉଛି ନିମାପଡା ସହରର ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର ରହିଛି । ଯେପରିକି ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ । କେବଳ ସେତିକି ନୁହେଁ, ଗ୍ରାହକମାନେ ୨୯୯୯ ଟଙ୍କାର କିଣାକିଣି ସହିତ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ ।  

ଅନନ୍ୟ ଫ୍ୟାଶନ୍ ସପିଙ୍ଗ୍ ଅନୁଭୁତି ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟିଛି ନିମାପଡାରେ ଖୋଲିଥିବା ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍ । 


Share It

Comments are closed.