ଅଭିନେତା ରାଇମୋହନ ପରିଡ଼ାଙ୍କ ପରଲୋକ, ନିଜ ଘରେ ଆତ୍ମହତ୍ୟା କରିଥିବା ସୂଚନା
ଦୁଃଖ ଦେଇଗଲେ ରାଇମୋହନ। ଓଲିଉଡ ଜଗତ ସ୍ତବ୍ଧ। ଆତ୍ମହତ୍ୟା କଲେ ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ା। ଭୁବନେଶ୍ଵର ସ୍ଥିତ ପ୍ରାଚୀ ବିହାର ଘରୁ ରାଇମୋହନଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ମଞ୍ଚେଶ୍ଵର ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ତେବେ ରାଇମୋହନ ହଠାତ୍ ଏଭଳି ଚରମ ନିଷ୍ପତ୍ତି କାହିଁକି ନେଲେ ସେନେଇ ଏବେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତାଙ୍କର ଆତ୍ମହତ୍ୟା ଖବର ମିଳିବା ପରେ ଓଲିଉଡ ଜଗତ ଶୋକ ସାଗରରେ ବୁଡ଼ି ଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବୟସ ହୋଇଥିଲା। ତାଙ୍କର ମୃତ୍ୟୁ ପରେ ସିନେମା ଜଗତ ପାଇଁ ଅପୂରଣୀୟ କ୍ଷତି ହୋଇଛି।
ଉଭୟ ଯାତ୍ର ଓ ସିନେମାରେ ରାଇମୋହନ ଜଣେ ଚର୍ଚ୍ଚିତ ଖଳନାୟକ ରୂପରେ ଦର୍ଶକଙ୍କ ହୃଦୟକୁ ଛୁଇଁ ପାରିଥିଲେ। ୯୦ରୁ ଅଧିକ ଓଡ଼ିଆ ସିନେମା ଓ ୧୫ରୁ ଅଧିକ ବଙ୍ଗଳା ସିନେମାରେ ସେ ଅଭିନୟ କରିଛନ୍ତି। ସିଂହ ବାହିନୀ, ସୁନା ଭାଉଜ ଓ ମେଣ୍ଟାଲ ଚଳଚ୍ଚିତ୍ର ତାଙ୍କ ଅଭିନୟ କ୍ୟାରିଅରର ମାଇଲ୍ ଖୁଣ୍ଟ ଥିଲା। ୧୯୯୧ ମସିହାରେ ବସ୍ତ୍ର ହରଣ, ୧୯୯୨ ନାଗ ପଞ୍ଚମୀ, ୧୯୯୫ ମସିହାରେ ରଣଭୂମି, ମଣି ନାଗେଶ୍ବରୀ, ୧୯୬୪ ମସିହାରେ ରଖିଲେ ଲକ୍ଷେ ଶିବ ପୂଜି ପାଇଛି ପୁଅ, ୧୯୯୯ ମସିହାରେ ସରପଞ୍ଚ ବାବୁ, ୨୦୦୪ ମସିହାରେ କଣ୍ଢେଇ ଆଖିରେ ଲୁହ, ୨୦୦୩ ରେ ଯେ ପାଞ୍ଚେ ପର ମନ୍ଦ, ୨୦୦୨ ରେ ସେହି ଝିଅଟିପୁଅ ମୋର ଜଗତ ଜିତା, ଚକା ଆଖିସବୁ ଦେଖୁଛି, ୨୦୦୭ ମସିହାରେ କାଳିଆ ଶଙ୍କର ଆଦି ସିନେମାରେ ସେ ନିଖୁଣ ଅଭିନୟ କରିଛନ୍ତି।
Comments are closed.