ସୁରକ୍ଷା ଡାଏଗ୍ନୋଷ୍ଟିକ୍ ଲିମିଟେଡ୍ର ଇନିସିଆଲ୍ ପବ୍ଲିକ୍ ଅଫର ୨୦୨୪ ନଭେମ୍ବର ୨୯ରେ ଖୋଲିବ
ଭୁବନେଶ୍ୱର: ସୁରକ୍ଷା ଡାଏଗ୍ନୋଷ୍ଟିକ୍ ଲିମିଟେଡ୍ ଏହାର ଇନିସିଆଲ ପବ୍ଲିକ୍ ଅଫରିଂ (ଆଇପିଓ)କୁ ୨୦୨୪ ନଭେମ୍ବର ୨୯ ଶୁକ୍ରବାର ଖୋଲିବାକୁ ପ୍ରସ୍ତାବ ରଖିଛି। ଆଙ୍କର ନିବେଶକମାନେ ବିଡ୍ ଖୋଲିବାର ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ୨୦୨୪ ନଭେମ୍ବର ୨୮ ଗୁରୁବାର ଦିନ ବିଡ୍ ଦାଖଲ କରିପାରିବେ ଏବଂ ୨୦୨୪ ଡିସେମ୍ବର ୩, ମଙ୍ଗଳବାର ଦିନ ବିଡ୍ ବନ୍ଦ ହେବ।
ଏହି ଇସ୍ୟୁରେ ଇକ୍ୱିଟି ସେୟାର ପିଛା ଦାମ୍ ୪୨୦ ଟଙ୍କାରୁ ୪୪୧ ଟଙ୍କା ମଧ୍ୟରେ ଧାର୍ଯ୍ୟ କରାଯାଇଛି। ସର୍ବନିମ୍ନ ୩୪ଟି ସେୟାର ପାଇଁ ବିଡ୍ ଦାଖଲ କରିହେବ ଏବଂ ଏହା ପରେ ୩୪ଟି ଲେଖାଏଁ ଇକ୍ୱିଟି ସେୟାରକୁ ସେଥିରେ ଯୋଡ଼ାଯାଇପାରିବ।
ଏହି ଆଇପିଓରେ ଅଂଶଧନକାରୀମାନେ ଅଫର ଫର୍ ସେଲ୍ରେ ୧୯,୧୮୯,୩୩୦ ଇକ୍ୱିଟି ସେୟାର ବିକ୍ରି କରିବେ। ଡକ୍ଟର ସୋମନାଥ ଚାଟାର୍ଜୀ ୨,୧୩୨,୧୪୮ ଇକ୍ୱିଟି ସେୟାର, ରିତୁ ମିତଲ ୨,୧୩୨,୧୪୮ ଇକ୍ୱିଟି ସେୟାର, ସତୀଶ କୁମାର ବର୍ମା ୨,୧୩୨,୧୪୮ ଇକ୍ୱିଟି ସେୟାର, ଓର୍ବିମେଡ ଏସିଆ ୨ ମରିସସ ଲିମିଟେଡ ୧୦,୬୬୦,୭୩୭ ଇକ୍ୱିଟି ସେୟାର, ମୁନା ଲାଲ କେଜ୍ରିୱାଲ ୭୯୯,୫୫୬ ଇକ୍ୱିଟି ସେୟାର, ସନ୍ତୋଷ କୁମାର କେଜ୍ରିୱାଲ ୧,୩୩୨,୫୯୩ ଇକ୍ୱିଟି ସେୟାର ବିକ୍ରି କରିବେ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଏହି ଅଫରର ୫୦ ପ୍ରତିଶତ ଇକ୍ୱିଟି ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ମାନଙ୍କ ଲାଗି ସଂରକ୍ଷିତ ରଖାଯିବ । ତାହାର ୬୦ ପ୍ରତିଶତ ଇକ୍ୱିଟି ସେୟାରକୁ ସମାନୁପାତିକ ଭିତିରେ ଆଙ୍କର ନିବେଶକଙ୍କୁ ଦିଆଯାଇପାରିବ । ସେଥିରୁ ଏକ ତୃତୀୟାଂଶ ଇକ୍ୱିଟି ସେୟାର ଘରୋଇ ମ୍ୟୁଚୁଆଲ ଫଣ୍ଡ ଲାଗି ସଂରକ୍ଷିତ ରହିବ। ନିଟ କ୍ୟୁଆଇବିର ୫ ପ୍ରତିଶତ ଇକ୍ୱିଟି ସେୟାରକୁ ସମାନୁପାତିକ ଭିତିରେ ମ୍ୟୁଚୁଆଲ ଫଣ୍ଡ ଲାଗି ରଖାଯିବ । ଯଦି ମ୍ୟୁଚୁଆଲ ଫଣ୍ଡର ହାରାହାରି ଭାଗ କ୍ୟୁଆଇବି ଭାଗର ୫ ପ୍ରତିଶତରୁ କମ ରହିବ ତେବେ ତାହାକୁ କ୍ୟୁଆଇବି ଭାଗରେ ଯୋଡ଼ାଯିବ। ନିଟ ଅଫରର ୧୫ ପ୍ରତିଶତ ରାଶିକୁ ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ରଖାଯିବ । ସେଥିରୁ ୩୫ ପ୍ରତିଶତ ଇକ୍ୱିଟି ସେୟାର ଖୁଚୁରା ନିବେଶକମାନଙ୍କ ଲାଗି ରହିବ।
କମ୍ପାନିର ଇକ୍ୱିଟି ସେୟାରକୁ ବିଏସ୍ଇ ଲିମିଟେଡ୍ ଓ ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଂଜ୍ ଲିମିଟେଡ୍ରେ ତାଲିକାଭୁକ୍ତ କରିବା ପ୍ରସ୍ତାବ ରହିଛି।
ଏହି ଅଫରର୍ ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛନ୍ତି ଆଇସିଆଇସିଆଇ ସିକ୍ୟୁରିଟିଜ୍ ଲିମିଟେଡ୍, ନୁଭାମା ୱେଲ୍ଥ ମ୍ୟାନେଜମେଂଟ୍ ଓ ଏସ୍ବିଆଇ କ୍ୟାପିଟାଲ୍ ମାର୍କେଟ୍ସ ଲିମିଟେଡ୍।
Comments are closed.