ଏହିସବୁ ରାଶିଙ୍କୁ ମାଲାମାଲ୍ କରିବେ ବୃହସ୍ପତି
ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ପ୍ରତ୍ୟକ ଗ୍ରହ ଏକ ନିର୍ଦ୍ଦିଷ୍ଟ ସମୟରେ ରାଶି ପରିବର୍ତ୍ତନ କରିଥାଆନ୍ତି। ଏହି କ୍ରମରେ ଦେବଗୁରୁ ବୃହସ୍ପତି ବର୍ତ୍ତମାନ ବୃଷ ରାଶିରେ ବିରାଜମାନ ଅଛନ୍ତି। ମେ ୧୪ ତାରିଖ ସକାଳ ୧୦ଟା ୫୦ ମିନିଟ୍ ସମୟରେ ଦେବଗୁରୁ ବୃହସ୍ପତି କର୍କଟ ରାଶିକୁ ଚଳନ କରିବେ। ବୃହସ୍ପତିଙ୍କ ଏହି ଚଳନ କିଛି ରାଶିପାଇଁ ବରଦାନ ପାଲଟିବ। ବୃହସ୍ପତିଙ୍କୁ ଦାନ, ସନ୍ତାନ, ପୁଣ୍ୟ ,ଜ୍ଞାନ ଓ ବୁଦ୍ଧିର କାରକ ବୋଲି ବିବେଚନା କରାଯାଏ। ଯଦି ଜାତକ ବା ରାଶିରେ ବୃହସ୍ପତିଙ୍କ ସ୍ଥିତି ମଜବୁତ୍ ଥାଏ। ତେବେ, ବ୍ୟକ୍ତି ଜୀବନରେ ସମସ୍ତ ପ୍ରକାର ସୁଖ ସମୃଦ୍ଧି ପ୍ରାପ୍ତ କରିବା ସହିତ କ୍ୟାରିୟରରେ ଅଗ୍ରଗତି କରିଥାଏ। ତେବେ, ଆସନ୍ତୁ ଜାଣିବା କେଉଁ ସବୁ ରାଶିଙ୍କ ଭାଗ୍ୟ ଚମକାଇବାକୁ ଯାଉଛନ୍ତି ବୃହସ୍ପତି
ମେଷ: ଦେବଗୁରୁ ବୃହସ୍ପତିଙ୍କ ଚଳନ ଏହି ରାଶିର ଭାଗ୍ୟ ଉଦୟ କରିବ। ଏ-ହି ସମୟ ମଧ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବିଶେଷ କରି, କର୍ମକ୍ଷେତ୍ରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ପୌତୃକ ସମ୍ପତ୍ତିରୁ ଲାଭ ପାଇବେ। ଅଧା ପଡିରହିଥିବା କାର୍ଯ୍ୟକୁ ଶେଷ କରିବାର ସଫଳ ହେବେ। ବ୍ୟବସାୟୀମାନଙ୍କ ପାଇଁ ସମୟ ଶୁଭ ରହିଛି। ଏହି ସମୟରେ ନୂତନ ବାଣିଜ୍ୟ-ବ୍ୟବସାୟ ଆରମ୍ଭ କଲେ ଅଧିକ ଲାଭ ପାଇବେ। ବିଦେଶରେ ଉଚ୍ଚ ଶିକ୍ଷା ପାଇଁ ସ୍ବପ୍ନ ଦେଖୁଥିବା ଛାତ୍ରଛାତ୍ରୀମାନଙ୍କ ଆଶା ପୂରଣ ହେବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ପ୍ରେମ ବିବାହରେ ଆସୁଥିବା ବାଧାବିଘ୍ନ ଦୂର ହେବ। ନୂଆ ଘର କିମ୍ବା ଜମି କିଣିବାର ଆଶା ପୂରଣ ହେବ। ସ୍ବାସ୍ଥ୍ୟରେ ଉନ୍ନତି ଆସିବ । ପିତାମାତାଙ୍କ ସହ ଦୂରଯାତ୍ରା କରିବେ।
ଧନୁ: ବୃହସ୍ପତିଙ୍କ କୃପାରୁ ଏହି ରାଶିର ଲୋକଙ୍କ ଭାଗ୍ୟ ଚମକିବ। ପ୍ରତ୍ୟକ କାର୍ଯ୍ୟରେ ସଫଳତା ପାଇବେ। ଆର୍ଥିକ ସ୍ଥିତି ସୁଧୁରିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି। ସେମାନଙ୍କୁ କୌଣସି ଏକ ସଂସ୍ଥାରୁ ଭଲ ଚାକିରି ଅଫର ମିଳିବ। ବ୍ୟବସାୟୀମାନଙ୍କ ପାଇଁ ବି ସମୟ ଅନୁକୂଳ ରହିଛି। ଏହି ସମୟରେ ବ୍ୟବସାୟରେ ବଡ଼ ଡିଲ୍ ଫାଇନାଲ୍ ହେବ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ପାଇବେ। ପୁରୁଣା ବିନିଯୋଗରୁ ଲାଭ ପାଇବେ। ଘରେ କୌଣସି ପ୍ରକାର ମାଙ୍ଗଳିକ କାର୍ଯ୍ୟ ହେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଲାଗି ରହିଥିବା ବିବାଦ ଦୂର ହେବ। ଦିର୍ଘ ଦିନ ଧରି ଲାଗି ରହିଥିବା କୋର୍ଟ-କଚେରୀ ମାମଲାର ରାୟ ଆପଣଙ୍କ ସପକ୍ଷରେ ଯିବ। ପ୍ରେମୀମାନେ ନିଜ ସାଥୀଙ୍କ ସହିତ ଭଲ ସମୟ ଅତିବାହିତ କରିବେ। ରିୟଲି- ଇ-ଷ୍ଟେଟ୍ ବ୍ୟବସାୟ କରୁଥିବା ଲୋକେ ନୂଆ ପ୍ରୋଜେକ୍ଟ ପାଇବେ। ଯେଉଁଥିରୁ ଅପ୍ରତ୍ୟାଶିତ ଲାଭ ମିଳିବ। ପୁରୁଣା ରୋଗରୁ ମୁକ୍ତି ମିଳିବ।
କୁମ୍ଭ: ବୃହସ୍ପତିଙ୍କ ଚଳନ ଏହି ରାଶିକୁ ମାଲାମାଲ୍ କରିବ। ବିଶେଷକରି, ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ପାର୍ଟନରସିପ୍ ରେ ଚାଲୁଥିବା ବ୍ୟବସାୟରୁ ଅପ୍ରତ୍ୟାଶିତ ଲାଭ ପାଇବେ। ଆୟର ନୂତନ ଉତ୍ସ ସୃଷ୍ଟି ହେବ। ପ୍ରତ୍ୟକ କାର୍ଯ୍ୟରେ ଭାଗ୍ୟ ଆପଣଙ୍କୁ ସମର୍ଥନ କରିବ। କମ୍ପିଟେଟିଭ୍ ଏକଜାମ୍ ଦେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ସମୟ ଖାସ୍ ରହିବ। ଭଲ ରେଜଲ୍ଟ କରିବେ। ନୂଆ ଗାଡି କିଣିବାର ସ୍ବପ୍ନ ସାକାର ହେବ। ନିଜ ପରିବାର ସହିତ ଦୂରଯାତ୍ରା କରିବା ସହିତ ଭଲ ସମୟ ଅତିବାହିତ କରିବେ। ରାଜନୈତିକ କ୍ଷେତ୍ରରେ କାର୍ଯ୍ୟରତ ଲୋକେ ଦଳ ପକ୍ଷରୁ ବଡ଼ ପଦବୀ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବିଛା: ବୃହସ୍ପତିଙ୍କ ଶୁଭ ଚଳନ ଏହି ରାଶିର ବ୍ୟକ୍ତିଙ୍କୁ ଧନବାନ୍ କରାଇବ। ବିଶେଷକରି ଏହି ଅବଧି ମଧ୍ୟରେ ଆର୍ଥିକ ସ୍ଥିତି ମଜବୁତ୍ ହେବ। ଚାକିରିଆ ଓ ବ୍ୟବସାୟୀମାନଙ୍କ ପାଇଁ ସମୟ ଅନୁକୂଳ ରହିବ। ବ୍ୟବସାୟୀମାନେ ବିଦେଶରେ ବାଣିଜ୍ୟ- ବ୍ୟବସାୟ ଆରମ୍ଭ କରିବା ପାଇଁ ଯେଉଁ ଯୋଜନା କରିଛନ୍ତି, ତାହା ଫଳବତୀ ହେବ।ବ୍ୟବସାୟରେ କାରବାର ଭଲ ହେବ। ଆୟରେ ବୃଦ୍ଧି ଘଟିବ। ଚାକିରିଆମାନେ କର୍ମକ୍ଷେତ୍ରରେ ଭଲ ଫଳ ପାଇବେ। ବରିଷ୍ଠ ଅଧିକାରୀଙ୍କ ପ୍ରିୟ ପାତ୍ର ହେବା ସହ ପଦୋନ୍ନତି ମିଳିବ। ପ୍ରେମୀମାନଙ୍କ ପାଇଁ ସମୟ ଶୁଭ ରହିବ। ସାଥୀଙ୍କ ସହ ଭଲ ସମୟ ଅତିବାହିତ କରିବେ। ପ୍ରେମ ବିବାହରେ ଆସୁଥିବା ବିଘ୍ନ ଦୂର ହେବ। ଲଟେରୀରୁ ମାଲାମାଲ୍ ହେବେ।
ମୀନ: ବୃହସ୍ପତିଙ୍କ କୃପାରୁ ଚମକିବ ଏହି ରାଶିର ଭାଗ୍ୟ। ଦିର୍ଘ ଦିନ ଧରି ବ୍ୟକ୍ତିଗତ ଜୀବନରେ ଲାଗି ରହିଥିବା ସମସ୍ୟାର ଅନ୍ତ ଘଟିବ। ପରିବାର ସହିତ ଲାଗିଥିବା ବିବାଦ ଦୂର ହେବ। ପିତାମାତାଙ୍କ ସହିତ କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। କର୍ମକ୍ଷେତ୍ରରେ ପଦୋନ୍ନତି ମିଳିବା ସହିତ ଦରମା ବଢିବ। ଆୟରେ ବୃଦ୍ଧି ହେବ। ବ୍ୟାଙ୍କ୍ ବାଲାନ୍ସ ବଢିବ। ଯେଉଁମାନେ କୌଣସି ସଂସ୍ଥାରେ ଟଙ୍କା ବିନିଯୋଗ କରିବା ପାଇଁ ଯୋଜନା କରୁଛନ୍ତି। ସେମାନଙ୍କ ପାଇଁ ସମୟ ଭଲ ରହିବ। ଏହି ସମୟରେ ଜଣେ ବିଶେଷଜ୍ଞଙ୍କ ପରାମର୍ଶ ନେଇ ବିନିଯୋଗ କରନ୍ତୁ ଭଲ ରିଟର୍ଣ୍ଣ ପାଇବେ। ଦାମ୍ପତ୍ୟ ଜୀବନରେ ଅଧିକ ପ୍ରେମ ବଢିବ। ସ୍ତ୍ରୀଙ୍କ ପାଇଁ କୌଣସି ଦାମୀ ଉପହାର କିଣିବେ। ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଆଶାୟୀଙ୍କ ଆଶା ପୂରଣ ହେବ।
Comments are closed.