ଖୁବଶୀଘ୍ର ସ୍ନାତକ, ସ୍ନାତକୋତ୍ତର ନାମଲେଖା ପ୍ରକ୍ରିୟା

Share It

ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତୋକାତ୍ତର ଏବଂ ଦୁଇ ବର୍ଷିଆ ବି.ଏଡ/ ଏମ.ଏଡ /ବି.ଏଚ.ଏଡ ପାଠ୍ୟକ୍ରମରେ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ପୂର୍ବରୁ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆଯାଇଛି। 

ଏହିକ୍ରମରେ ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ମଧ୍ୟ ନାମଲେଖା ପ୍ରକ୍ରିୟାକୁ ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। 

ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନଙ୍କ ପାଇଁ ଆସନ୍ତା ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ ପ୍ରକ୍ରିୟା ଆରମ୍ଭ ହେବ।

ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ସ୍ନାତକ ଶ୍ରେଣୀରେ ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଏହି ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀମାନେ ସାମ୍ସ ମାଧ୍ୟମରେ କମନ ଆପ୍ଲିକେସେନ ଫର୍ମ ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର ଯଥା: ଗୋଟିଏ ମୁଖ୍ୟ ବିଷୟ ସହିତ ଦୁଇଟି ଉପବିଷୟ  କିମ୍ବା ଦୁଇଟି ମୁଖ୍ୟ ବିଷୟ କିମ୍ବା ତିନିଟି ଉପବିଷୟ ଚୟନ କରିପାରିବେ।

ଏଥିସହ ଶିକ୍ଷାବର୍ଷ ୨୦୨୫-୨୬ରେ ସ୍ନାତକ ପାଠ୍ୟକ୍ରମକୁ ଆସନ୍ତା ଜୁଲାଇ ମାସ ୧୦ ତାରିଖ ସୁଦ୍ଧା ଆରମ୍ଭ କରାଯିବାପାଇଁ ଲକ୍ଷ୍ୟ ରଖାଯାଇଛି।

 

 


Share It

Comments are closed.