ପୁଣି ବଢିଲା ସୁନା ଦର
ଭୁବନେଶ୍ବର : ସୁନାପ୍ରେମୀଙ୍କ ପାଇଁ ବଡ଼ ଖବର। ଗତ ୨ ଦିନ ହେବ ସୁନା ଦର ଲଗାତର ହ୍ରାସ ପାଉଥିବା ବେଳେ ଆଜି ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ଯୋଜନା କରିଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ,ଆସନ୍ତୁ ଜାଣିବା କେଉଁ ସହରରେ କେତେ ରହିଛି ସୁନା ରେଟ୍? ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୬,୧୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୯୯୦ ଟଙ୍କା ବୃଦ୍ଧି ପାଇଛି।
ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ରେଟ୍ ୯୬,୩୨୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୯୯୦ ଟଙ୍କା ବଢିଛି। ମାୟାନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୬,୧୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୯୯୦ ଟଙ୍କା ବଢିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୬,୧୭୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୯୫୦ ଓ ୯୯୦ ଟଙ୍କା ଭରି ପିଛା ବୃଦ୍ଧି ପାଇଛି।
ଅନ୍ୟପଟେ, ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୮୮,୧୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୯୬,୧୭୦ ଟଙ୍କା ରହିଛି। ଏବଂ ୧୮ କ୍ୟାରେଟ୍ ର ଦାମ୍ ୭୬,୧୩୦ ଟଙ୍କା ରହିଛି। ୨୨,୨୪ ଓ ୧୮ କ୍ୟାରେଟ୍ ରେ ୯୫୦,୯୯୦ ଓ ୭୮୦ ଟଙ୍କା ଭରି ପିଛା ବୃଦ୍ଧି ହୋଇଛି।
Comments are closed.