ବିଲିୟନବ୍ରେନ୍ସ ଗ୍ୟାରେଜ୍ ଭେଂଚର୍ସ ଲିମିଟେଡ୍ର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ନଭେମ୍ବର ୪, ମଙ୍ଗଳବାର ଖୋଲିବ

Share It

ଭୁବନେଶ୍ୱର: ବିଲିୟନବ୍ରେନ୍ସ ଗ୍ୟାରେଜ୍ ଭେଂଚର୍ସ ଲିମିଟେଡର ଇକ୍ୱିଟି ସେୟାରର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ନଭେମ୍ବର ୪ ମଙ୍ଗଳବାର ଦିନ ଖୋଲିବ। ଆଙ୍କର ନିବେଶକମାନେ ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ୨୦୨୫ ନଭେମ୍ବର ୩, ସୋମବାର ଦିନ ବିଡ୍ ଦାଖଲ କରିପାରିବେ। ୨୦୨୫ ନଭେମ୍ବର ୭ ଶୁକ୍ରବାର ଦିନ ବିଡ୍ ଦାଖଲ ଶେଷ ହେବ।
ନିବେଶକମାନେ ସର୍ବନିମ୍ନ ୧୫୦ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୧୫୦ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ । ଏହି ଅଫରରେ ଇକ୍ୱିଟି ସେୟାର ପିଛା ଦାମ୍ ୯୫ ଟଙ୍କାରୁ ୧୦୦ ଟଙ୍କା ମଧ୍ୟରେ ରହିଛି।
ଏହି ଅଫରରେ ୧,୦୬୦ କୋଟି ଟଙ୍କାର ନୂଆ ଇକ୍ୱିଟି ସେୟାର ଜାରି କରାଯିବ ଓ ଅଫର୍ ଫର୍ ସେଲ୍ରେ ଅଂଶଧନକାରୀମାନେ ୫୫୭,୨୩୦,୦୫୧ ଇକ୍ୱିଟି ସେୟାର ବିକ୍ରି କରିବେ। କମ୍ପାନିର ଇକ୍ୱିଟି ସେୟାରକୁ ବିଏସ୍‌ଇ ଓ ଏନଏସଇରେ ତାଲିକାଭୁକ୍ତ କରାଯିବ।
ଏହି ଅଫରର ବୁକ ରନିଂ ଲିଡ ମ୍ୟାନେଜର ହେଉଛନ୍ତି କୋଟକ ମହିନ୍ଦ୍ରା କ୍ୟାପିଟାଲ କମ୍ପାନି ଲିମିଟେଡ, ଜେ ପି ମୋର୍ଗାନ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, ସିଟିଗ୍ରୁପ ଗ୍ଲୋବାଲ ମାର୍କେଟସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, ଆକ୍ସିସ କ୍ୟାପିଟାଲ ଲିମିଟେଡ ଓ ମୋତିଲାଲ ଓସ୍ୱାଲ ଇନଭେଷ୍ଟମେଂଟ ଆଡଭାଇଜର୍ସ ଲିମିଟେଡ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୭୫ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କ ପାଇଁ ରଖାଯିବ। ବୁକ ରନିଂ ଲିଡ ମ୍ୟାନେଜରଙ୍କ ସହ ଆଲୋଚନା କରି କ୍ୟୁଆଇବି ଭାଗର ୬୦ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଆଙ୍କର ନିବେଶକଙ୍କ ପାଇଁ ଆବଂଟନ କରାଯିବ। ସେଥିରୁ ଏକ ତୃତୀୟାଂଶ ସେୟାରକୁ ଘରୋଇ ମ୍ୟୁଚୁଆଲ ଫଣ୍ଡମାନଙ୍କକୁ ଆବଂଟନ କରାଯିବ।
ନିଟ କ୍ୟୁଆଇବି ଭାଗର ୫ ପ୍ରତିଶତ ସେୟାରକୁ ସମାନୁପାତିକ ଭିତିରେକେବଳ ମ୍ୟୁଚୁଆଲ ଫଣ୍ଡକୁ ପ୍ରଦାନ କରାଯିବ ଏବଂ ଅବଶିଷ୍ଟ ରାଶିକୁ ସମାନୁପାତିକ ଭିତିରେ ସମସ୍ତ କ୍ୟୁଆଇବିଙ୍କୁ ଆବଂଟନ କରାଯିବ। ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ଅଫରର ୧୫ ପ୍ରତିଶତ ସେୟାର ରଖାଯିବ। ବିଭିନ୍ନ ଆକାରର ଆପ୍ଲିକେସନ ଆଧାରରେ ଏହି ସେୟାର ଆବଂଟନ କରାଯିବ। ଅଫରର ୧୦ ପ୍ରତିଶତ ସେୟାରକୁ ଖୁଚୁରା ବ୍ୟକ୍ତିଗତ ନିବେଶକମାନଙ୍କ ଲାଗି ରଖାଯିବ।


Share It

Comments are closed.