ଟେନିକୋ କ୍ଲିନ ଏୟାର ଇଣ୍ଡିଆ ଲିମିଟେଡର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ନଭେମ୍ବର ୧୨ରେ ଖୋଲିବ

Share It

ଭୁବନେଶ୍ୱର: ଟେନିକୋ କ୍ଲିନ ଏୟାର ଇଣ୍ଡିଆ ଲିମିଟେଡର ଇକ୍ୱିଟି ସେୟାରର ଇନିସିଆଲ ପବ୍ଲିକ୍ ଅଫରିଂ ୨୦୨୫ ନଭେମ୍ବର ୧୨ ବୁଧବାର ଦିନ ଖୋଲିବ । ଆଙ୍କର ନିବେଶକମାନେ ଗୋଟିଏ କାର୍ଯ୍ୟଦିବସ ପୂର୍ବରୁ ୨୦୨୫ ନଭେମ୍ବର ୧୧, ମଙ୍ଗଳବାର ଦିନ ବିଡ ଦାଖଲ କରିପାରିବେ । ୨୦୨୫ ନଭେମ୍ବର ୧୪, ଶୁକ୍ରବାର ଦିନ ବିଡ ଦାଖଲ ଶେଷ ହେବ।
ନିବେଶକମାନେ ସର୍ବନିମ୍ନ ୩୭ଟି ଇକ୍ୱିଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୩୭ଟି ଲେଖାଏଁ ଇକ୍ୱିଟି ସେୟାର ଯୋଡ଼ିପାରିବେ । ଏହି ଅଫରରେ ଇକ୍ୱିଟି ସେୟାର ପିଛା ଦାମ୍ ୩୭୮ ଟଙ୍କାରୁ ୩୯୭ ଟଙ୍କା ମଧ୍ୟରେ ରହିଛି।
ଏହି ଅଫରରେ ଅଫର ଫର ସେଲରେ ଅଂଶଧନକାରୀ ଟେନେକୋ ମରିସସ ହୋଲ୍ଡିଂସ ଲିମିଟେଡ ପକ୍ଷରୁ ୩୬୦୦ କୋଟି ଟଙ୍କାର ଇକ୍ୱିଟି ସେୟାର ବିକ୍ରି କରାଯିବ।
କମ୍ପାନିର ସେୟାରକୁ ବିଏସଇ ଓ ଏନଏସଇରେ ତାଲିକାଭୁକ୍ତ କରାଯିବ ଏବଂ ଏନଏସଇ ଏହାର ଷ୍ଟକ ଏକ୍ସଚେଞ୍ଜ ରହିବ।
ଏହି ଅର୍ଫର ବୁକ ରନିଂ ଲିଡ ମ୍ୟାନେଜରମାନେ ହେଉଛନ୍ତି ଜେଏମ ଫାଇନାନ୍ସିଆଲ ଲିମିଟେଡ, ସିଟିଗ୍ରୁପ ଗ୍ଲୋବାଲ ମାର୍କେଟସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ, ଆକ୍ସିସ୍ କ୍ୟାପିଟାଲ୍ ଲିମିଟେଡ୍ ଓ ଏଚଏସବିସି ସିକ୍ୟୁରିଟି ଆଣ୍ଡ କ୍ୟାପିଟାଲ ମାର୍କେଟସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ।
ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିୟମ ଅନୁସାରେ ଅଫରର ୭୫ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଯୋଗ୍ୟ ସଂସ୍ଥାଗତ କ୍ରେତା (କ୍ୟୁଆଇବି)ଙ୍କ ପାଇଁ ରଖାଯିବ । ବୁକ ରନିଂ ଲିଡ ମ୍ୟାନେଜରଙ୍କ ସହ ଆଲୋଚନା କରି କ୍ୟୁଆଇବି ଭାଗର ୬୦ ପ୍ରତିଶତ ପର୍ଯ୍ୟନ୍ତ ସେୟାରକୁ ଆଙ୍କର ନିବେଶକଙ୍କ ପାଇଁ ଆବଂଟନ କରାଯିବ । ସେଥିରୁ ଏକ ତୃତୀୟାଂଶ ସେୟାରକୁ ଘରୋଇ ମ୍ୟୁଚୁଆଲ ଫଣ୍ଡମାନଙ୍କକୁ ଆବଂଟନ କରାଯିବ ।
ନିଟ କ୍ୟୁଆଇବି ଭାଗର ୫ ପ୍ରତିଶତ ସେୟାରକୁ ସମାନୁପାତିକ ଭିତିରେକେବଳ ମ୍ୟୁଚୁଆଲ ଫଣ୍ଡକୁ ପ୍ରଦାନ କରାଯିବ ଏବଂ ଅବଶିଷ୍ଟ ରାଶିକୁ ସମାନୁପାତିକ ଭିତିରେ ସମସ୍ତ କ୍ୟୁଆଇବିଙ୍କୁ ଆବଂଟନ କରାଯିବ । ଅଣ ସଂସ୍ଥାଗତ ନିବେଶକମାନଙ୍କ ଲାଗି ଅଫରର ୧୫ ପ୍ରତିଶତ ସେୟାର ରଖାଯିବ । ବିଭିନ୍ନ ଆକାରର ଆପ୍ଲିକେସନ ଆଧାରରେ ଏହି ସେୟାର ଆବଂଟନ କରାଯିବ। ଅଫରର ୧୦ ପ୍ରତିଶତ ସେୟାରକୁ ଖୁଚୁରା ବ୍ୟକ୍ତିଗତ ନିବେଶକମାନଙ୍କ ଲାଗି ରଖାଯିବ।
କମ୍ପାନିର ଇକ୍ୱିଟି ସେୟାର ବିଏସ୍‌ଇ ଲିମିଟେଡ୍ ଓ ଏନ୍‌ଏସ୍‌ଇରେ ତାଲିକାଭୁକ୍ତ କରିବା ପ୍ରସ୍ତାବ ରହିଛି।


Share It

Comments are closed.