ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ
ସମ୍ବଲପୁର,୧୬/୦୨:ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ । ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ । ରାତି 8ଟା 50 ମିନିଟରେ ତାଙ୍କର ପରଲୋକ ଘଟିଛି । ସ୍ନାୟୁଜନିତ ରୋଗରେ ପୀଡିତ ଥିଲେ ରାସେଶ୍ୱରୀ ।

ଡାକ୍ତର ରାସେଶ୍ୱରୀ ପାଣିଗ୍ରାହୀ ପଶ୍ଚିମ ଓଡ଼ିଶାର ଜଣେ ପ୍ରଭାବଶାଳୀ ବ୍ୟକ୍ତିତ୍ୱ । ଜଣେ ଦକ୍ଷ ସ୍ତ୍ରୀ ରୋଗ ବିଶେଷଜ୍ଞ ଭାବେ ବୁର୍ଲା ଭିମସାର (VIMSAR) ଏବଂ ସମ୍ବଲପୁରରେ ସେ ଦଶନ୍ଧି ଦଶନ୍ଧି ଧରି ଲୋକଙ୍କ ସେବା କରିଆସିଛନ୍ତି । ୨୦୧୪ ମସିହାରେ ସେ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ । ନିକଟରେ ସେ ବିଜୁ ଜନତା ଦଳରୁ ଇସ୍ତଫା ଦେଇ ରାଜନୀତିରୁ କିଛିଟା ଦୂରରେ ରହି ସାମାଜିକ କାର୍ଯ୍ୟରେ ନିୟୋଜିତ ଥିଲେ ।
Comments are closed.