ସରିଲା ପରୀକ୍ଷା, ମେ’ ରେ ମାଟ୍ରିକ୍ ରେଜଲ୍ଟ’
କଟକ,୦୨/୦୩:ସରିଲା ମାଟ୍ରିକ୍ ପରୀକ୍ଷା। ଚଳିତ ବର୍ଷ କେହି ପିଲା କପି କରି ନଥିବା ବେଳେ ମେ’ ମାସରେ ପରୀକ୍ଷାଫଳ ପ୍ରକାଶ ପାଇବ।ମୋଟ୍ ୫୫ କେନ୍ଦ୍ରରେ ୧୫ ହଜାର ନୀରିକ୍ଷକ ନିୟୋଜିତ ହେବେ ।
ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ କହିବା ଅନୁସାରେ, OMR ଖାତା ଦେଖା ଆରମ୍ଭ ହୋଇ ସାରିଲାଣି । ଆସନ୍ତା ୧୯ରୁ ସବଜେକ୍ଟିଭ୍ ଖାତା ଦେଖା ଆରମ୍ଭ ହେବ । ଫେବୃଆରୀ ୧୯ ତାରିଖରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିଲା । ପ୍ରାୟ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି । ମୋଟ ୩ ହଜାର ୮୨ଟି ସେଣ୍ଟରରେ ସିସିଟିଭି ବ୍ୟବସ୍ଥା କରାଯାଇଥିଲା । ଭିନ୍ନକ୍ଷମ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଲାଗି ଅତିରିକ୍ତ ୫୦ ମିନିଟ ସମୟ ଦିଆଯାଇଥିଲା। ପ୍ରତିଦିନ ଗୋଟିଏ ସିଟିଂରେ ପରୀକ୍ଷା ହୋଇଥିଲା ।ପରୀକ୍ଷା ପରିଚାଳନା ତଦାରଖ ପାଇଁ ଚତୁଃସ୍ତରୀୟ ସ୍କ୍ବାଡ୍ ବ୍ୟବସ୍ଥା କରାଯାଇଥିଲା। ଚଳିତବର୍ଷ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ସମସ୍ତ ପରୀକ୍ଷା କେନ୍ଦ୍ର ସମେତ ନୋଡାଲ ସେଣ୍ଟରରେ ଲାଇଭଷ୍ଟ୍ରିମିଂ ବ୍ୟବସ୍ଥା ହୋଇଥିଲା ।

Comments are closed.