ମଧ୍ୟପ୍ରାଚ୍ୟରେ ପ୍ରବାସୀ ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ଜାରି
ଭୁବନେଶ୍ଵର,୦୩/୦୩:ମଧ୍ୟ ପ୍ରାଚ୍ୟରେ ଯୁଦ୍ଧକାଳୀନ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ।ଏହି ପ୍ରରିପେକ୍ଷୀରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସହାୟତା ଓ ସୂଚନା ପାଇଁ ଓଡ଼ିଶା ପରିବାର, ରାଜ୍ୟ ଗୃହ ବିଭାଗ, ରାଜ୍ୟ ଶ୍ରମ ନିର୍ଦ୍ଦେଶାଳୟ ଓ ବିଭିନ୍ନ ପ୍ରବାସୀ ଭାରତୀୟ ସଂସ୍ଥାମାନଙ୍କ ସହ ମିଳିତ ଭାବେ ଏକ ୱାର୍କିଂ ଗ୍ରୁପ ଗଠନ ହୋଇଛି।ମଧ୍ୟପ୍ରାଚ୍ୟରେ ଫସି ଥିବା ଓଡ଼ିଆଙ୍କ ପାଇଁ ହେଲ୍ପଲାଇନ ନମ୍ବର ଜାରି।ଯୁଦ୍ଧକାଳୀନ ଜରୁରୀ ପରସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାରଙ୍କ ନିଷ୍ପତ୍ତି।ଏକ୍ସରେ ପୋଷ୍ଟ କରି ସୂଚନା ଦେଲେ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ।ସେହି ସ୍ଥାନରେ ଥିବା ବ୍ୟକ୍ତିମାନେ କୌଣସି ପ୍ରତିକୂଳ ପରିସ୍ଥିତିରେ ନିମ୍ନ ପ୍ରଦତ୍ତ ନଂ ରେ ଯୋଗାଯୋଗ କରନ୍ତୁ :ବୈଦେଶିକ ମନ୍ତ୍ରଣାଳୟ- ୮୦୦-୪୬୩୪୨
ହ୍ୱାଟ୍ସ ଆପ ନଂ- ୯୭୧୫୪୩୦୯୦୫୭୧
ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ ସ୍ୱତନ୍ତ୍ର କାର୍ଯ୍ୟରତ ଅଧିକାରୀ (ଶ୍ରୀ ପ୍ରିତିଶ ପଣ୍ଡା)- ୯୫୮୩୩୨୧୯୬୪

Comments are closed.