ଆଜିଠୁ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି
ପୁରୀ,୨୫/୦୩:ଆଜିଠାରୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି । ମଧ୍ୟାହ୍ନ ୧୨ଟା ୯ରୁ ୧ଟା ୪୫ ମଧ୍ୟରେ ପ୍ରବେଶ ପାଇଁ ଶୁଭ ମୂହୁର୍ତ୍ତ ରହିଥିବା ବେଳେ ଏଥିପାଇଁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ ହୋଇଛି। ଗଣତିମଣତି ବେଳେ ଫଟୋଗ୍ରାଫି, ଭିଡିଓଗ୍ରାଫି ସହ ଥ୍ରୀ-ଡି ମ୍ୟାପିଂ କରାଯିବ । ଫଳରେ ଗଣତିମଣତିରେ ରହିବ ସ୍ୱଚ୍ଛତା । ମହାପ୍ରଭୁଙ୍କ ରତ୍ନଭଣ୍ଡାର ଅଳଙ୍କାର ଗଣତି ପାଇଁ ନିୟମ ହୋଇଛି ।ଗଣତିମଣତି ବେଳେ ବାହାରକାଠରୁ ଦର୍ଶନ କରିବେ ଭକ୍ତ ।ପୁରା SOPରେ ହେବ ଅଳଙ୍କାର ଚିହ୍ନଟ ସହ ଓଜନ କରାଯିବ ।୧୯୭୮ ମସିହା ତାଲିକା ମେଳ କରି ଲଗାଯିବ ୨୦୨୬ର ଟ୍ୟାଗ୍ ।ଗତକାଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏବଂ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଉପସ୍ଥିତିରେ ରତ୍ନଭଣ୍ଡାରର ବହୁ ପ୍ରତିକ୍ଷିତ ଗଣନା ଓ ଯାଞ୍ଚ ପାଇଁ ଚୂଡ଼ାନ୍ତ ରୂପରେଖ ପ୍ରସ୍ତୁତ ହୋଇଛି। ପର୍ଯ୍ୟାୟକ୍ରମେ ଗଣତି ମଣତି ହେବ ।

Comments are closed.