୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର
ଭୁବନେଶ୍ୱର,୦୨/୦୪:୧୯ ମାସ ପରେ ପୁନର୍ଗଠିତ ହେଲା ଜିଲ୍ଲା ଯୋଜନା ବୋର୍ଡ, ନିଯୁକ୍ତ ହେଲେ ମନ୍ତ୍ରୀ ଓ ବିଧାୟକ।୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ କଲେ ରାଜ୍ୟ ସରକାର।୪ ଜଣ ମନ୍ତ୍ରୀ ଡିପିସି ଅଧ୍ୟକ୍ଷ ହୋଇଥିବା ବେଳେ ୨୬ ଜିଲ୍ଲାରେ ବିଧାୟକ ମାନେ ଜିଲ୍ଲା ଯୋଜନା କମିଟିର ନେତୃତ୍ୱ ନେବେ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଅନୁଗୋଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ପାଲଲହଡା ବିଧାୟକ ଅଶୋକ ମହାନ୍ତି । ବଲାଙ୍ଗୀର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ । ବାଲେଶ୍ଵର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ସିମୁଳିଆ ବିଧାୟକ ପ୍ରଦ୍ମଲୋଚନ ପଣ୍ଡା । ବରଗଡ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ଅଶ୍ୱିନୀ ଷଡଙ୍ଗୀ । ଭଦ୍ରକ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ସିତାଂଶୁ ଶେଖର ମହାପାତ୍ର । କଣ୍ଟାମାଳ ବିଧାୟକ କାହ୍ନେଇ ଚରଣ ଡାଙ୍ଗ ହୋଇଛନ୍ତି ବୌଦ୍ଧ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ । ନିଆଳି ବିଧାୟକ ଛବି ମଲ୍ଲିକ ହୋଇଛନ୍ତି କଟକ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ।
ସେହିପରି ଢେଙ୍କାନାଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ହିନ୍ଦୋଳ ବିଧାୟିକା ସୀମାରଣୀ ନାୟକ । ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ହୋଇଛନ୍ତି ଗଞ୍ଜାମ ଜିଲ୍ଲା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ । ଜଗତସିଂହପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଦାଇତ୍ୱ ତୁଲାଇବେ ଅମରେନ୍ଦ୍ର ଦାସ । ଯାଜପୁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି କୋରେଇ ବିଧାୟକ ଆକାଶ ଦାସ ନାୟକ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝାରସୁଗୁଡା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ କରାଯାଇଛି । କଳାହାଣ୍ଡି ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ସୁଧୀର ରଞ୍ଜନ ପାଟ୍ଟଯୋଶୀ । କନ୍ଧମାଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ଉମା ଚରଣ ମଲ୍ଲିକ । କେନ୍ଦ୍ରାପଡା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହୋଇଛନ୍ତି ମହାକାଳପଡ଼ା ବିଧାୟକ ଦୁର୍ଗା ପ୍ରସନ୍ନ ନାୟକ । ଫକୀର ମୋହନ ନାୟକଙ୍କୁ କେନ୍ଦୁଝର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ଦାୟିତ୍ୱ ମିଳିଛି ।


Comments are closed.