ପୁଣି ଉପର ମୁହାଁ ସୁନା ଦର ; ୧୦ ଗ୍ରାମକୁ ୧,୫୧,୪୨୦ ଟଙ୍କା
ଭୁବନେଶ୍ୱର,୦୨/୦୪: ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୫୧,୪୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୮,୮୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୫୧,୪୨୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୩୮,୮୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୫୧,୪୨୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୩୮,୮୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୫୧,୫୭୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୩୮,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୫୨,୧୮୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୯,୫୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୫୧,୪୨୦ ଓ ୧,୩୮,୮୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୫୦,୦୦୦ ଟଙ୍କା ହୋଇଛି ।
Comments are closed.