ବିଏମସି ପକ୍ଷରୁ ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ କରାଗଲା ସିଲ


ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳକୁ ସିଲ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସାଂସଦଙ୍କ ପଳାସପଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍ କରାଯାଇଥିବା ଜଣାପଡିଛି। ସାଂସଦ ଅପରାଜିତା ଷଡଙ୍ଗୀ କାର୍ଯ୍ୟାଳୟରେ କୋଭିଡ୍ ନିୟମ ଉଲଂଘନ କରି ଜନ୍ମଦିନ ପାଳନ କରିବା ଅଭିଯୋଗରେ ତାଙ୍କ କାର୍ଯ୍ୟାଳୟକୁ ସିଲ୍ କରାଯାଇଛି। ଉଲ୍ଲେଖ ଯୋଗ୍ୟ, କିଛି ଦିନ ପୂର୍ବେ ସାଂସଦ ଅପରାଜିତା ଷଡଙ୍ଗୀ ନିଜ କାର୍ଯ୍ୟାଳୟରେ ଜନ୍ମଦିନ ପାଳନ କରିଥିଲେ।ଜନ୍ମଦିନ ପାଳନର ଭିଡିଓ ଭାଇରାଲ୍ ହୋଇଥିଲା। ଏଥିରେ ସେ କୋଭିଡ୍ ନିୟମ ଉଲଂଘନ କରିଥିବା ଦେଖିବାକୁ ମିଳିଥିଲା। ଯାହାକୁ ବିରୋଧ କରି ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଥିଲା।


Share It

Comments are closed.