ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଉତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ନୂଆଦିଲ୍ଲୀ/ଭୁବନେଶ୍ୱର – କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଉତୀର୍ଣ୍ଣ ହୋଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଟ୍ୱିଟ୍ ଜରିଆରେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ସିବିଏସଇ ରେକର୍ଡସଂଖ୍ୟକ ପାସ ହାର ହାସଲ କରିବା ଖୁସିର ବିଷୟ । ଛାତ୍ରଛାତ୍ରୀଙ୍କ ସଫଳତା ପାଇଁ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ପରିଶ୍ରମ ପ୍ରଶଂସନୀୟ । କୃତି ଛାତ୍ରଛାତ୍ରୀଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶ୍ରୀ ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି ।
ସୂଚନାଯୋଗ୍ୟ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିବା ବେଳେ ଚଳିତବର୍ଷ ପାସ୍ ହାର ରହିଛି ୯୯.୩୭ । କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବିକଳ୍ପ ପଦ୍ଧତିରେ ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି ।


Share It

Comments are closed.