Skip to content
Yuvasamay

Yuvasamay

Primary Menu
  • ଖବର
  • ମନୋରଞ୍ଜନ
  • ପ୍ରଯୁକ୍ତି
  • ବାଣିଜ୍ୟ
  • ଶିକ୍ଷା
  • ଜୀବନ ଚର୍ଯ୍ୟା
  • ବିଶେଷ
  • କ୍ରୀଡା
  • Home
  • ଖବର
  • Chief Minister ଙ୍କ ଦ୍ୱାରା ‘ହୁ ଇଜ୍‌ ହୁ’ ପୁସ୍ତକ ଲୋକର୍ପିତ
  • ଖବର

Chief Minister ଙ୍କ ଦ୍ୱାରା ‘ହୁ ଇଜ୍‌ ହୁ’ ପୁସ୍ତକ ଲୋକର୍ପିତ

January 2, 2026 1 minute read
Chief Minister unveiled book 'Who is Who'

ଭୁବନେଶ୍ୱର, ୦୨/୦୧/୨୦୨୬ ନବଉତ୍କଳର ନିର୍ମାତା ଉତ୍କଳ କେଶରୀ Dr. Harekrushna Mahatabଙ୍କ ବହୁମୁଖୀ ପ୍ରତିଭା ଓ ଅବଦାନ ଓଡ଼ିଶା ଇତିହାସରେ ସ୍ୱର୍ଣ୍ଣାକ୍ଷରରେ ଲିପିବଦ୍ଧ । ତାଙ୍କର ବଳିଷ୍ଠ ନେତୃତ୍ୱ ଓ ତ୍ୟାଗପୂତ ଜୀବନ ଓଡ଼ିଶାକୁ ବି୍ରଟିଶ ଶାସନରୁ ମୁକ୍ତ କରି ଜନମାନସରେ ଏକ ନୂତନ କ୍ରାନ୍ତି ଆଣି ଦେଇଥିଲା । ଓଡ଼ିଶାର ମାଟି, ପାଣି, ପବନ ସହ ଓତଃପ୍ରୋତଃ ଭାବେ ଜଡ଼ିତ ମହତାବ ସାରା ରାଜ୍ୟରେ ଏକ ସଚେତନ ବାତାବରଣ ସୃଷ୍ଟି କରିଥିଲେ । ମହାତ୍ମା ଗାନ୍ଧୀଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ଅର୍ଦ୍ଧଶତାବ୍ଦୀରୁ ଊଦ୍ଧ୍ୱର୍କାଳ ଓଡ଼ିଶା ଓ ଭାରତବର୍ଷର ରାଜନୀତିକୁ ସେ ଆଚ୍ଛନ୍ନ କରି ରଖିଥିଲେ । ସ୍ୱାଧୀନତା ସଂଗ୍ରାମ ବ୍ୟତୀତ ସାହିତ୍ୟ ଓ ସଂସ୍କୃତିର ଅଗ୍ରଗତି ପାଇଁ ତାଙ୍କର ଅବଦାନ ଅତୁଳନୀୟ । ସେ ସୁପ୍ତ ଓଡ଼ିଆ ଜାତିର ପ୍ରାଣରେ ଅପୂର୍ବ ଜାଗରଣ ସୃଷ୍ଟି କରିଥିଲେ ।
ଆଜି Dr. Harekrushna Mahatab ଙ୍କ ଶ୍ରାଦ୍ଧଦିବସ ଅବସରରେ Chief Minister ଶ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ଉପବାଚସ୍ପତି ଶ୍ରୀ ଭବାନୀଶଙ୍କର ଭୋଇ, ସାଂସଦ
ଶ୍ରୀ ଭର୍ତ୍ତୃହରି ମହତାବ, ସରକାରୀ ଦଳ ମୁଖ୍ୟ ସଚେତକ ଶ୍ରୀ ସରୋଜ ପ୍ରଧାନ, ଉପମୁଖ୍ୟ ସଚେତକ ଶ୍ରୀ ଗୋବିନ୍ଦ ଚନ୍ଦ୍ର ଦାସ, କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ରାମଚନ୍ଦ୍ର କାଡ଼ାମ୍‌, ବିଧାୟକ ଶ୍ରୀ ଅମରେନ୍ଦ୍ର ଦାସ, ଶ୍ରୀ ବାବୁ ସିଂ, ଶ୍ରୀ ବିଭୂତି ପ୍ରଧାନ, ଶ୍ରୀ ଶତ୍ରୁଘ୍ନ ଜେନା, ଶ୍ରୀ ଓମ୍‌ପ୍ରକାଶ ମିଶ୍ର, ଶ୍ରୀ ରଘୁନାଥ ଜଗଦଲା ଓ ଶ୍ରୀ ପୂର୍ଣ୍ଣଚନ୍ଦ୍ର ସେଠୀ, ବିଧାୟିକା ସୀମାରାଣୀ ନାୟକ, ଉତ୍କଳ ସମ୍ମିଳନୀର ବରିଷ୍ଠ କର୍ମକର୍ତ୍ତା, ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସପଟ୍ଟନାୟକ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ପ୍ରମୁଖ ଉପସ୍ଥିତ ରହି ବିଧାନସଭା ପରିସରରେ ଥିବା ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଏହି ଅବସରରେ ବିଧାନସଭାର ଗବେଷଣା ଶାଖା ପକ୍ଷରୁ ସପ୍ତଦଶ ଓଡ଼ିଶା ବିଧାନସଭାର ‘ଓଡ଼ିଶା ବିଧାନସଭା ସଦସ୍ୟ ପରିଚୟ ଗ୍ରନ୍ଥ ‘ହୁ ଇଜ୍‌ ହୁ’କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଲୋକାର୍ପିତ କରିଥିଲେ । ପ୍ରତି ସାଧାରଣ ନିର୍ବାଚନ ପରେ ବିଧାନସଭାରେ ଏହି ପୁସ୍ତକ ପ୍ରକାଶିତ ହେବାର ପରମ୍ପରା ରହିଛି । ସାଧାରଣତଃ ଏହି ପୁସ୍ତକ ନିର୍ବାଚନରେ ନିର୍ବାଚିତ ହୋଇଥିବା ସଦସ୍ୟଙ୍କ ଜୀବନୀ ଓ ତଥ୍ୟ ଉପରେ ଆଧାରିତ । ଏଥିରେ ସଦସ୍ୟମାନଙ୍କର ଜନ୍ମସ୍ଥାନ, ଜନ୍ମ ତାରିଖ, ନିର୍ବାଚନ ମଣ୍ଡଳୀ, ଜିଲ୍ଲା ଓ ଶିକ୍ଷାଗତ ଯୋଗ୍ୟତା ସହିତ ନିଜର କୃତିତ୍ୱପୂର୍ଣ୍ଣ କାର୍ଯ୍ୟସବୁ ବିଶଦ ଭାବେ ଉଲ୍ଲେଖ ରହିଛି । ଏହା ସହିତ ନିର୍ବାଚନରେ ହୋଇଥିବା ଦଳୀୟ ସ୍ଥିତି, ମହିଳାଙ୍କ ପ୍ରତିନିଧିତ୍ୱ ସଂଖ୍ୟା, କ୍ରମାନ୍ୱୟ ଭାବେ ବୟସର ଅନୁପାତ, ଶିକ୍ଷାଗତ ଯୋଗ୍ୟତା ସହିତ ବିଧାନସଭା ଓ ମାନ୍ୟବର ବିଧାୟକଙ୍କ ସମ୍ପର୍କିତ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଏହି ପୁସ୍ତକରେ ସ୍ଥାନିତ ହୋଇଛି । ଏହି ପୁସ୍ତକ ଲୋକପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ଗବେଷକ, ବୁଦ୍ଧିଜୀବୀ, ବିଦ୍ୟାର୍ଥୀ ତଥା ଜନସାଧାରଣଙ୍କ ପାଇଁ ନିଶ୍ଚିତ ଭାବେ ଉପାଦେୟ ହୋଇପାରିବା ସହ ଜନସାଧାରଣମାନେ ତାଙ୍କ ନିର୍ବାଚିତ ପ୍ରତିନିଧିମାନଙ୍କ ବିଷୟରେ ବିଭିନ୍ନ ତଥ୍ୟ ପାଇପାରିବେ ।
କାର୍ଯ୍ୟକ୍ରମରେ ବିଧାନସଭା ପକ୍ଷରୁ ନୂତନ ବର୍ଷ ଉପଲକ୍ଷେ ପ୍ରକାଶିତ ଡାଏରୀ ଓ କ୍ୟାଲେଣ୍ଡରକୁ ବାଚସ୍ପତି ଶ୍ରୀମତୀ ପାଢ଼ୀ ଲୋକାର୍ପିତ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର ଶିଳ୍ପୀମାନେ ଦେଶାତ୍ମବୋଧକ ସଂଗୀତ ପରିବେଷଣ କରିଥିଲେ । ଉପନିର୍ଦ୍ଦେଶକ ସୁଚେତା ପ୍ରିୟଦର୍ଶିନୀ ଓ ଲୋକସମ୍ପର୍କ ଅଧିକାରୀ ଅଂଶୁମାନ ସାହୁ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।

About the Author

View All Posts

Post navigation

Previous: T20 World Cup ପାଇଁ South Africa ଦଳ ଘୋଷଣା
Next: ଶୀତଦିନେ ପ୍ରତିଦିନ ଦୁଇଟି ଖଜୁରୀ ଖାଇଲେ ମିଳିବ ଅନେକ ସ୍ୱାସ୍ଥ୍ୟ ଲାଭ

Lifestyle

new-subtype-of-MODY-diabetes-discovered
  • ଜୀବନ ଚର୍ଯ୍ୟା

ମାଉଥୱାଶ୍ ବ୍ୟବହାର କରୁଥିଲେ ସତର୍କ ହୁଅନ୍ତୁ: ଦିନକୁ ଦୁଇଥର କୁଳକୁଚା କଲେ ହୋଇପାରେ ମଧୁମେହ!

Sibu Singh June 24, 2026
PIC (5)
  • କ୍ରୀଡା
  • ଜୀବନ ଚର୍ଯ୍ୟା

ଦି ଯୋଗ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ସମଗ୍ର ଭାରତରେ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Akankhya Mohapatra June 24, 2026
Sleep
  • ଜୀବନ ଚର୍ଯ୍ୟା

ମସ୍ତିଷ୍କର ସୁରକ୍ଷା କବଚ ‘ନିଦ’; ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଶୋଇବା କାହିଁକି ଆବଶ୍ୟକ?

Sibu Singh June 19, 2026

Entertainment

ଓଡ଼ିଆ ସିନେମା ଜଗତର ସବୁଠାରୁ ବଡ଼ ସମ୍ମାନ: ଘୋଷଣା ହେଲା ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର odia-1
  • ଖବର
  • ମନୋରଞ୍ଜନ

ଓଡ଼ିଆ ସିନେମା ଜଗତର ସବୁଠାରୁ ବଡ଼ ସମ୍ମାନ: ଘୋଷଣା ହେଲା ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

Sibu Singh June 25, 2026
୧୦୦ କୋଟି ପାର୍ କଲା ‘କକଟେଲ୍ ୨’; ବକ୍ସ ଅଫିସରେ କମାଲ କରୁଛି ଶାହିଦ, କୃତି ଓ ରଶ୍ମିକାଙ୍କ ତ୍ରିକୋଣୀୟ ପ୍ରେମ କାହାଣୀ Cocktail
  • ମନୋରଞ୍ଜନ

୧୦୦ କୋଟି ପାର୍ କଲା ‘କକଟେଲ୍ ୨’; ବକ୍ସ ଅଫିସରେ କମାଲ କରୁଛି ଶାହିଦ, କୃତି ଓ ରଶ୍ମିକାଙ୍କ ତ୍ରିକୋଣୀୟ ପ୍ରେମ କାହାଣୀ

Sibu Singh June 25, 2026
ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା on Wheels’ IMG-20260611-WA0224
  • ଖବର
  • ବିଶେଷ
  • ମନୋରଞ୍ଜନ

ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା on Wheels’

Saswati Patra June 11, 2026
ରଜରେ ଜୀ ସାର୍ଥକର ବିଶେଷ ଉପହାର: ‘ଡେଲିଭରି ବୟ ୨’ IMG-20260608-WA0153
  • ଖବର
  • ମନୋରଞ୍ଜନ

ରଜରେ ଜୀ ସାର୍ଥକର ବିଶେଷ ଉପହାର: ‘ଡେଲିଭରି ବୟ ୨’

Saswati Patra June 10, 2026

You May Have Missed

Odisha Yatri App
  • ଖବର

‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ସ୍ମାର୍ଟ ସୁରକ୍ଷା ବ୍ୟବସ୍ଥା: ପରିବହନ ସହ ଜନସୁରକ୍ଷାରେ ଦେଶରେ ପ୍ରଥମ ଓଡ଼ିଶା

Saswati Patra June 29, 2026
hhhhh
  • ଖବର

ଝରାଫୁଲ ହତ୍ୟା ମାମଲାରେ ଆସିଲା ବଡ଼ ରାୟ: ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ଆଜୀବନ କାରାଦଣ୍ଡ

Sibu Singh June 29, 2026
Jaynarayan-Mishra-720x430-1
  • ଖବର

ନବ ଦାସ ଓ ମମିତା ମେହେର ହତ୍ୟାକାଣ୍ଡର ପୁନଃ ତଦନ୍ତ ଦାବି କଲେ ଜୟନାରାୟଣ ମିଶ୍ର

Sibu Singh June 29, 2026
Heinrich-Malan
  • କ୍ରୀଡା
  • ଖବର

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆଇରଲ୍ୟାଣ୍ଡ ଦଳର ମୁଖ୍ୟ କୋଚ୍ ହେନ୍ରିକ୍ ମାଲାନ୍‌ଙ୍କ ଇସ୍ତଫା

Sibu Singh June 29, 2026
yuvasamay

Bringing you the latest news, politics, business, technology, sports and entertainment updates from Odisha, India and around the world.

Categories

  • କ୍ରୀଡା
  • ଖବର
  • ଜୀବନ ଚର୍ଯ୍ୟା
  • ପ୍ରଯୁକ୍ତି
  • ଶିକ୍ଷା
  • ବାଣିଜ୍ୟ
  • ବିଶେଷ
  • ମନୋରଞ୍ଜନ

Quick Links

  • About Us
  • Contact Us
  • Advertise
  • Privacy Policy
  • Disclaimer
  • Sitemap

Latest Links

Odisha News Bhubaneswar News Cuttack News Breaking News Odisha Odisha Education News Job News Odisha OSSC Updates OPSC News Cricket News IPL News Sports News Odisha Technology News AI News Mobile News Odia Cinema Ollywood News Bollywood News Business News Gold Price Odisha Petrol Price Odisha
© 2026 All Rights Reserved by Yuvasamay