ମୟୂରଭଞ୍ଜରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ସହ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ


ମୟୂରଭଞ୍ଜରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ହିତାଧିକାରୀଙ୍କୁ ବିଏସକେୱାଇ ସ୍ମାର୍ଟ କାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ। ଏହାପରେ ମୁଖ୍ୟମନ୍ତ୍ରୀ ଡିଜିଟାଲ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ ହେଉଛି କଳାର ଭୂମି। ଏଠାକୁ ଆସି ମୁଁ ବହୁତ ଖୁସି। ଏ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ହିତାଧିକାରୀ କାର୍ଡ ପାଇଲେଣି। ୧୦ ହଜାର ୬୫୭ ହିତାଧିକାରୀ ସ୍ୱାସ୍ଥ୍ୟସେବା ସୁବିଧା ପାଇଲେଣି। ପ୍ରତିଟି ଜୀବନ ମୂଲ୍ୟବାନ, ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ। ଲୋକେ ଚିକିତ୍ସା ପାଇଁ ଜମି ବିକିବା, ଋଣ କରିବାର ଖବର ମୋତେ ଦୁଃଖ ଦିଏ। ରାଜ୍ୟରେ ବିଏସକେୱାଇ ସ୍ମାର୍ଟ କାର୍ଡ ଗରିବ ଲୋକଙ୍କର ଦୁଃଖକୁ କମାଇବ ବୋଲି ନବୀନ କହିଛନ୍ତି।
ମୁଖ୍ୟମନ୍ତ୍ରୀ ହେଲିକାପ୍ଟର ଯୋଗେ ପ୍ରଥମେ ବାରିପଦା ଛଉ ପଡ଼ିଆ ଅସ୍ଥାୟୀ ହେଲିପ୍ୟାଡ଼ରେ ଓହ୍ଲାଇଥିଲେ। ସେଠାରୁ ସେ ସହିଦ ସ୍ମୃତି ଭବନରେ ପହଞ୍ଚିଥିଲେ। ସେଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁଦାମ ମାରାଣ୍ଡି ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ଏହାପରେ ବାରିପଦା ବିଧାୟକ ପ୍ରକାଶ ସୋରେନ ଉଦବୋଧନ ଦେବା ପରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ବିଶେଶ୍ୱର ଟୁଡୁ, ଶକ୍ତି, ଉଦ୍ୟୋଗ ଓ ଏମଏସଏମଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସ୍ଵାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, କେନ୍ଦ୍ର ଜଳଶକ୍ତି ଓ ଉଦବୋଧନ ଦେଇଥିଲେ।
ଏହାପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ଏକ ୪ ମିନିଟର ଭିଡ଼ିଓ ପ୍ରଦର୍ଶିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ଼ ବଣ୍ଟନର ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ଡିଜିଟାଲ ମାଧ୍ୟମରେ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଶେଷରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଧନ୍ୟବାଦ ଅର୍ପଣ କରିଛନ୍ତି।


Share It

Comments are closed.