BSKYରେ ସାମିଲ ହେଲା ସୁବର୍ଣ୍ଣପୁର ଜିଲ୍ଲା


ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ ହେଲା ସୁବର୍ଣ୍ଣପୁର ଜିଲ୍ଲା । ସୁବର୍ଣ୍ଣପୁରରେ BSKY ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲରେ ମୁଖ୍ୟମନ୍ତ୍ରୀ ଏହାର ଶୁଭାରମ୍ଭ କରିଛନ୍ତି । ଏହାଦ୍ୱାରା ଜିଲ୍ଲାର ୧ ଲକ୍ଷ ୫୩ ହଜାର ହିତାଧିକାରୀ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ସୁବର୍ଣ୍ଣପୁର ପାଇଁ ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ନବୀନ ।

ଭର୍ଚୁଆଲ ମଧ୍ୟମରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଜିଲ୍ଲାର ୧ ଲକ୍ଷ ୫୩ ହଜାର ୯ ଶହ ୨ ଜଣ ହିତାଧିକାରୀ ଯୋଗ୍ୟ ବିବେଚିତ ହୋଇଛନ୍ତି । ଏନେଇ ଜିଲ୍ଲା ସଦର ମହକୁମା କୁଞ୍ଜ ଛକଠାରେ ନବ ନିର୍ମିତ ଟାଉନ ହଲରେ ଏକ ଭବ୍ୟ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏଥିରେ ଜିଲ୍ଲାର ଦୁଇ ମନ୍ତ୍ରୀ ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏବଂ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଉପସ୍ଥିତ ରହି ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି ।

ଏହାସହ ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଶୁଭ ଉଦଘାଟନ ସହ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ହୋଇଛି । ୭୯ କୋଟି ୨୨ ଲକ୍ଷ ୧୩ ହଜାର ଟଙ୍କାର ୬୭ଟି ପ୍ରକଳ୍ପର ଶୁଭ ଉଦଘାଟନ ସହ ୧୪୮କୋଟି ୪ ଲକ୍ଷ ୮୨ ହଜାର ଟଙ୍କାର ନୂତନ ପ୍ରକଳ୍ପର ଶିଳାନ୍ୟାସ କରାଯାଇଛି ।


Share It

Comments are closed.