ରାଜ୍ୟରେ ୯୬ ନୂଆ ମାମଲା, ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା
ରାଜ୍ୟରେ ଆଉ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶନିବାର ରାଜ୍ୟରୁ ଚିହ୍ନଟ ୯୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ଆଜି ଚିହ୍ନଟ ହୋଇଥିବା ସମସ୍ତ ୯୬ ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ ସେଣ୍ଟରରେ ଥିଲେ ବୋଲି ଜଣାପଡିଛି ।
ଆଜି ଚିହ୍ନଟ ହୋଇଥିବା ୯୬ ଜଣ ଆକ୍ରାନ୍ତଙ୍କ ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ କେନ୍ଦ୍ରାପଡା ଜିଲ୍ଲାରୁ ୧୦, ଗଜପତି ଜିଲ୍ଲାରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୯ ଚିହ୍ନଟ ହୋଇଛନ୍ତି । ସେହିପରି ଭଦ୍ରକ,ବଲାଙ୍ଗୀର,ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ ଲେଖାଏଁ ଓ ଗଞ୍ଜାମ, ଯାଜପୁର,କଟକ, ଜଗତସିଂହପୁରରୁ ୬ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ଵର ଓ ଦେବଗଡ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୮୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ରାଜ୍ୟର ୮୩୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
Comments are closed.