ଦେଶରେ ଗତ ୨୪ ଘଣ୍ଟାରେ ୯୫ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ


ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରେକର୍ଡ ସଂଖ୍ୟକ ୯୫ ହଜାର ୭୩୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୨ ଜଣ କରୋନା କରୋନା ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୭୫ ହଜାର ୦୬୨ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୧୯ ହଜାର ୦୧୮ ଜଣ ସକ୍ରିୟ ରୋଗୀ ଥିବାବେଳେ ୩୪ ଲକ୍ଷ ୬୫ ହଜାର ୮୬୩ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Share It

Comments are closed.