ଗତ ୨୪ ଘଣ୍ଟାରେ ୮୦ ହଜାରରୁ ଉର୍ଦ୍ଧ୍ୱ ନୂଆ ଆକ୍ରାନ୍ତ ଚିହ୍ନଟ


ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୮୦ ହଜାର ୪୭୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୨ ହଜାର ୭୬୩ ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧,୧୭୯ ଜଣ କରୋନା  ଆକ୍ରାନ୍ତରେ ପ୍ରାଣ ହରାଇଛନ୍ତି। ଏଥିସହ ମୋଟ ମୃତ୍ୟୁ ସଂଖ୍ୟା ୯୭ ହଜାର ୪୯୭ କୁ ବୃଦ୍ଧି ପାଇଛି। ଦେଶରେ ଏବେ ୯ ଲକ୍ଷ ୪୦ ହଜାର ୪୪୨ ଜଣ ସକ୍ରିୟ ରୋଗୀ ଥିବାବେଳେ ୫୧ ଲକ୍ଷ ୮୭ ହଜାର ୮୨୫ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Share It

Comments are closed.