ରାଜ୍ୟରେ ୬୭୩ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟାଇନରେ ରହିଥିବା ବେଳେ ୨୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, କଟକ ଜିଲ୍ଲାରୁ ୩୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୨୫, ଗଞ୍ଜାମ ଜିଲ୍ଲାରୁ ୨୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୬, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡା ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୧୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୫୩୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୪୫୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୯୩୬୦୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.