ରାଜ୍ୟରେ ୨୪୨୩ ନୂଆ ଆକ୍ରାନ୍ତ ଚିହ୍ନଟ


ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୨୪୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୪୬୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ଜଣ କ୍ୱାରେଣ୍ଟାଇନ‌ରେ ରହିଥିବା ବେଳେ ୧୦୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୨ଜଣ, ବରଗଡ଼ ଜିଲ୍ଲାରୁ ୯୯ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୩ଜଣ, ବୌଦ୍ଧ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୧୧୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୬ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୩୭ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୯୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କନ୍ଧମାଳ ଜିଲ୍ଲାରୁ ୩୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୫୯ଜଣ, କୋରାପୁଟ ଜିଲ୍ଲାରୁ ୨୪ଜଣ, ମାଲକାନଗିରି ଜିଲ୍ଲାରୁ ୪୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮ଜଣ, ନୟାଗଡ଼ ଜିଲ୍ଲାରୁ ୪୦ଜଣ, ନୂଆପଡା ଜିଲ୍ଲାରୁ ୬୩ଜଣ, ପୁରୀ ଜିଲ୍ଲାରୁ ୭୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୬୦ଜଣ, ସୋନପୁର ଜିଲ୍ଲାରୁ ୫୩ଜଣ, ସୁରନ୍ଦରଗଡ଼ ଜିଲ୍ଲାରୁ ୧୯୫ଜଣ, ଷ୍ଟେଟ୍‌ ପୁଲ୍‌ରୁ ୭୫ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୪୬୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୨୭୬୧୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୯୬୭୬୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।


Share It

Comments are closed.