ଦିନକୁ ଦିନ ଜଟିଳ ହେବାରେ ଲାଗିଛି ସ୍ଥିତି, ଗତ ୨୪ ଘଣ୍ଟାରେ ୧୭ ଜଣଙ୍କ ମୃତ୍ୟୁ


କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଏବେ ପୂରା ଓଡ଼ିଶାକୁ ଏମିତି ଭୟ ଘାରିଛି। ୨୪ ଘଣ୍ଟା ମଧ୍ୟରେ ୧୭ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୨୭୩୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୬୧୨୨ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୮୫୭୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୦୦୬୪୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । ସେହିପରି ୮୫୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି


Share It

Comments are closed.