ରାଜ୍ୟରେ କରୋନାରେ ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି, ଆଖି ବୁଜିଲେ ଆଉ ୧୦


ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଥିବା ଜଣାପଡିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୪୧୯କୁ ବୃଦ୍ଧି ପାଇଛି। ଆଜି ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ, ସୁନ୍ଦରଗଡ ଜିଲାରୁ ଦୁଇ ଜଣ, କଟକ, ନୟାଗଡ, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।


Share It

Comments are closed.