Skip to content
Yuvasamay

Yuvasamay

Primary Menu
  • ଖବର
  • ମନୋରଞ୍ଜନ
  • ପ୍ରଯୁକ୍ତି
  • ବାଣିଜ୍ୟ
  • ଶିକ୍ଷା
  • ଜୀବନ ଚର୍ଯ୍ୟା
  • ବିଶେଷ
  • କ୍ରୀଡା
  • Home
  • Uncategorized
  • ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ
  • Uncategorized

୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳିତ

April 13, 2025 1 minute read
IMG-20250413-WA0011

 ୭୭ ତମ ରାଜଧାନୀ ପ୍ରତିଷ୍ଠା ଦିବସ ଧୁମଧାମରେ ପାଳିତ ହୋଇଛି । ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ବିଧାନସଭା ବାଚସ୍ପତି  ସୁରମା ପାଢୀ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ପୂର୍ବତନ ମନ୍ତ୍ରୀ ସୁରେଶ କୁମାର ରାଉତରାୟ, ଭୁବନେଶ୍ବର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କହଁର, ଭୁବନେଶ୍ୱର-କଟକ ପୋଲିସ କମିଶନର ଏସ ଦେବଦତ୍ତ ସିଂହ, ବିଏମସି କମିଶନର ରାଜେଶ ପ୍ରଭାକର ପାଟିଲ, ବିଡିଏ ଭାଇସ ଚେୟାରମ୍ୟାନ ଏନ ତିରୁମାଲ୍ଲା ନାଏକ, ଖୋର୍ଦ୍ଧା ଜିଲ୍ଲାପା ଚଞ୍ଚଳ ରାଣା, ବିଏମସି ଅତିରିକ୍ତ କମିଶନର ଶୁଭେନ୍ଦୁ ସାହୁ, ଉପ ଜିଲ୍ଲାପାଳ  ମନୋରଞ୍ଜନ ସାହୁ, ଖୋର୍ଦ୍ଧା ଅତିରିକ୍ତ ଶିକ୍ଷାଧିକାରୀ ଡ. ପ୍ରଜ୍ଞା ପାରମିତା ଜେନା,ସମସ୍ତ କର୍ପୋରେଟର, ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି, ସାଧାରଣ ସଂପାଦକ ସନତ ମିଶ୍ର ପ୍ରମୁଖ ବହୁ ବ୍ୟକ୍ତିବିଶେଷ ଯୋଗଦେଇଥିଲେ । 

ସୂଚନା ଓ ଲୋକସମ୍ପର୍କ ବିଭାଗ, ଭୁବନେଶ୍ବର ମହାନଗର ନିଗମ ଓ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ମିଳିତ ଆନୁକୁଲ୍ଯରେ ଅନୁଷ୍ଠିତ ଏହି ପାଳନ ଦିବସ ଅବସରରେ ଯୋଗ ଦେଇଥିବା ମୁଖ୍ୟ ଅତିଥିଙ୍କ ସହ ଅତିଥି ମାନେ ବିଧାନସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ମାଲ୍ୟାର୍ପଣ କରିଥିଲେ । ପରେ ଅତିଥିମାନଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ମୁଖ୍ୟ ଅତିଥି ପାଢ଼ୀ ପତାକା ଉତ୍ତୋଳନ କରି ବେସାମାରିକ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ । ଏହି ପ୍ୟାରେଡରେ ମୋଟ ୨୧ଟି ଦଳ ଭାଗ ନେଇଥିଲେ । ସେମାନଙ୍କ ମଧ୍ୟରୁ ସୈନିକ ସ୍କୁଲ ପ୍ରଥମ, ଏନ୍ ସି ସି ଆର ଆଣ୍ଡ ଭି ସ୍କ୍ବାଡ୍ରନ୍ ଦ୍ଵିତୀୟ, ଡିଏଭି ପବ୍ଲିକ ସ୍କୁଲ, ୟୁନିଟ୍ ୮ ତୃତୀୟ ସ୍ଥାନ ଅଧିକାର କରିଛନ୍ତି l ସିଆରପିଏଫ୍ ବ୍ୟାଣ୍ଡ ଓ ଆର୍ମି ଏୟାର ଡିଫେନ୍ସ ବ୍ୟାଣ୍ଡକୁ ସ୍ଵତନ୍ତ୍ର ପୁରସ୍କାର ପ୍ରଦାନ ପାଇଁ ଘୋଷଣା କରାଯାଇଥିଲା ।

୧୯୪୮ମସିହା ଏପ୍ରିଲ ୧୩ ତାରିଖ ଦିନ ଭୁବନେଶ୍ୱରରେ ପ୍ରତିଷ୍ଠା ହୋଇଥିଲା ରାଜଧାନୀ । ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ରାଜଧାନୀ ଫଳକର ଉନ୍ମୋଚନ କରିଥିଲେ । ସେତେବେଳେ ମାତ୍ର ୪୦ ହଜାର ଲୋକଙ୍କ ପାଇଁ ପରିକଳ୍ପନା କରାଯାଇଥିଲା ରାଜଧାନୀ । ମାତ୍ର ଆଜି ତାର କଳେବର ବୃଦ୍ଧି ପାଇଛି । ସଂପ୍ରତି ୧୩ଲକ୍ଷରୁ ଅଧିକ ଲୋକ ଏଠାରେ ବସବାସ କରୁଛନ୍ତି । ଆମ ରାଜଧାନୀ ଭୁବନେଶ୍ୱର ଆଜି ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ ଆଦି ସବୁ କ୍ଷେତ୍ରରେ ଦେଶର ଯେ କୌଣସି ରାଜଧାନୀଠାରୁ ବହୁ ଉଚ୍ଚରେ ରହିଛି । ଆମ ରାଜଧାନୀର କଳା, ସଂସ୍କୃତି ଐତିହ୍ୟର ସୁରକ୍ଷା କରିବା ସହ ସହରକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର କରି ଗଢିତୋଳିବା ପାଇଁ ମେୟର  ସୁଲୋଚନା ଦାସ ଭୁବନେଶ୍ୱରବାସୀଙ୍କୁ ଆହ୍ୱାନ ଦେଇଛନ୍ତି ।

ରାଜଧାନୀ ହେଉଛି ରାଜ୍ୟର ମୁଖଶାଳା । ଦେଶବିଦେଶରୁ ପର୍ଯ୍ୟଟକମାନେ ଆକାଶ ପଥରେ ହେଉ କିମ୍ବା ରେଳପଥରେ ପ୍ରଥମେ ଆସି ରାଜଧାନୀରେ ପହଞ୍ଚିଥାନ୍ତି । ମହିମାମଣ୍ଡିତ ଆମ ରାଜଧାନୀର କଳା ଓ ଐତିହ୍ୟ ବେଶ ଗୌରବ ମଣ୍ଡିତ । ଏହି ଗୌରବମୟ ରାଜଧାନୀର ଶ୍ରୀବୃଦ୍ଧି କରିବା ପାଇଁ ରାଜଧାନୀବାସୀଙ୍କୁ ବାଚସ୍ପତି ସୁରମା ପାଢୀ ଆହ୍ଵାନ ଦେଇଥିଲେ ।

ଉପସ୍ଥିତ ଅତିଥିମାନେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିବା ସହ ଭୁବନେଶ୍ୱରକୁ ଆହୁରି ଉନ୍ନତି କରିବା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ । ଶେଷରେ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ପ୍ରଦୋଷ ପ୍ରଟ୍ଟନାୟକ ଅତିଥିମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

 

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ସ୍ଥାନୀୟ ଜୟଦେବ ଭବନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏକ ଫଟୋଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ପାଢ଼ୀ ଏହି ଫଟୋଚିତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ । ଫଟୋଚିତ୍ର ପ୍ରଦର୍ଶନୀ ବୁଲି ଦେଖିବା ଅବସରରେ ବାଚସ୍ପତି ଏହି ଫଟୋଚିତ୍ରଗୁଡ଼ିକର ପ୍ରଶଂସା କରିଥିଲେ । ବିଭାଗ ପକ୍ଷରୁ ଏହି ପ୍ରଦର୍ଶନୀରେ ଭୁବନେଶ୍ୱରର ଐତିହ୍ୟ, କଳା, ସ୍ଥାପତ୍ୟ, ରାଜନୈତିକ ପୃଷ୍ଠଭୂମି, ସାମାଜିକ ରୂପାନ୍ତରଣ, ଆଧ୍ୟାତ୍ମିକ ପରିଦୃଶ୍ୟ, ସ୍ମାର୍ଟ ସିଟି ହେବା ପର୍ଯ୍ୟନ୍ତ ଭୁବନେଶ୍ୱରର କ୍ରମବର୍ଦ୍ଧିଷ୍ଣୁ ବିକାଶ ଆଦି ଉପରେ ପର୍ଯ୍ୟବେସିତ ଫଟୋଚିତ୍ର ପ୍ରଦର୍ଶିତ ହେଉଛି । ଏହି ଅବସରରେ ବିଭାଗୀୟ ନିର୍ଦ୍ଦେଶକ (ବୈଷୟିକ)  ସୁରେନ୍ଦ୍ରନାଥ ପରିଡ଼ା, ଅତିରିକ୍ତ ନିର୍ଦ୍ଦେଶକ ସନ୍ତୋଷ କୁମାର ଦାସ, ଉପନିର୍ଦ୍ଦେଶକ ଦୀପ୍ତିମୟୀ ମହାପାତ୍ର, ସୁଚେତା ପ୍ରିୟଦର୍ଶିନୀ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରଦର୍ଶନୀ ଅଧିକାରୀ ଦୀପକ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଦୁଇଦିନିଆ ପ୍ରଦର୍ଶନୀ ଆସନ୍ତାକାଲି (ସୋମବାର) ପର୍ଯ୍ୟନ୍ତ ଦର୍ଶକଙ୍କ ନିମନ୍ତେ ଖୋଲା ରହିବ ।

About the Author

View All Posts

Post navigation

Previous: ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନଙ୍କୁ ପରମ୍ପରାଗତ ‘ଟଙ୍କ ତୋରାଣି’ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ
Next: ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ପଦଯାତ୍ରାର ଆୟୋଜନ

Lifestyle

new-subtype-of-MODY-diabetes-discovered
  • ଜୀବନ ଚର୍ଯ୍ୟା

ମାଉଥୱାଶ୍ ବ୍ୟବହାର କରୁଥିଲେ ସତର୍କ ହୁଅନ୍ତୁ: ଦିନକୁ ଦୁଇଥର କୁଳକୁଚା କଲେ ହୋଇପାରେ ମଧୁମେହ!

Sibu Singh June 24, 2026
PIC (5)
  • କ୍ରୀଡା
  • ଜୀବନ ଚର୍ଯ୍ୟା

ଦି ଯୋଗ ଇନଷ୍ଟିଚ୍ୟୁଟ୍ ପକ୍ଷରୁ ସମଗ୍ର ଭାରତରେ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

Akankhya Mohapatra June 24, 2026
Sleep
  • ଜୀବନ ଚର୍ଯ୍ୟା

ମସ୍ତିଷ୍କର ସୁରକ୍ଷା କବଚ ‘ନିଦ’; ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଶୋଇବା କାହିଁକି ଆବଶ୍ୟକ?

Sibu Singh June 19, 2026

Entertainment

ଓଡ଼ିଆ ସିନେମା ଜଗତର ସବୁଠାରୁ ବଡ଼ ସମ୍ମାନ: ଘୋଷଣା ହେଲା ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର odia-1
  • ଖବର
  • ମନୋରଞ୍ଜନ

ଓଡ଼ିଆ ସିନେମା ଜଗତର ସବୁଠାରୁ ବଡ଼ ସମ୍ମାନ: ଘୋଷଣା ହେଲା ୩୫ତମ ଓ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର

Sibu Singh June 25, 2026
୧୦୦ କୋଟି ପାର୍ କଲା ‘କକଟେଲ୍ ୨’; ବକ୍ସ ଅଫିସରେ କମାଲ କରୁଛି ଶାହିଦ, କୃତି ଓ ରଶ୍ମିକାଙ୍କ ତ୍ରିକୋଣୀୟ ପ୍ରେମ କାହାଣୀ Cocktail
  • ମନୋରଞ୍ଜନ

୧୦୦ କୋଟି ପାର୍ କଲା ‘କକଟେଲ୍ ୨’; ବକ୍ସ ଅଫିସରେ କମାଲ କରୁଛି ଶାହିଦ, କୃତି ଓ ରଶ୍ମିକାଙ୍କ ତ୍ରିକୋଣୀୟ ପ୍ରେମ କାହାଣୀ

Sibu Singh June 25, 2026
ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା on Wheels’ IMG-20260611-WA0224
  • ଖବର
  • ବିଶେଷ
  • ମନୋରଞ୍ଜନ

ରଜ ଅବସରରେ ମିଶନ ଶକ୍ତି ପକ୍ଷରୁ ‘ପିଠା on Wheels’

Saswati Patra June 11, 2026
ରଜରେ ଜୀ ସାର୍ଥକର ବିଶେଷ ଉପହାର: ‘ଡେଲିଭରି ବୟ ୨’ IMG-20260608-WA0153
  • ଖବର
  • ମନୋରଞ୍ଜନ

ରଜରେ ଜୀ ସାର୍ଥକର ବିଶେଷ ଉପହାର: ‘ଡେଲିଭରି ବୟ ୨’

Saswati Patra June 10, 2026

You May Have Missed

Odisha Yatri App
  • ଖବର

‘ଓଡ଼ିଶା ଯାତ୍ରୀ’ ଆପ୍‌ରେ ସ୍ମାର୍ଟ ସୁରକ୍ଷା ବ୍ୟବସ୍ଥା: ପରିବହନ ସହ ଜନସୁରକ୍ଷାରେ ଦେଶରେ ପ୍ରଥମ ଓଡ଼ିଶା

Saswati Patra June 29, 2026
hhhhh
  • ଖବର

ଝରାଫୁଲ ହତ୍ୟା ମାମଲାରେ ଆସିଲା ବଡ଼ ରାୟ: ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁକୁ ଆଜୀବନ କାରାଦଣ୍ଡ

Sibu Singh June 29, 2026
Jaynarayan-Mishra-720x430-1
  • ଖବର

ନବ ଦାସ ଓ ମମିତା ମେହେର ହତ୍ୟାକାଣ୍ଡର ପୁନଃ ତଦନ୍ତ ଦାବି କଲେ ଜୟନାରାୟଣ ମିଶ୍ର

Sibu Singh June 29, 2026
Heinrich-Malan
  • କ୍ରୀଡା
  • ଖବର

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆଇରଲ୍ୟାଣ୍ଡ ଦଳର ମୁଖ୍ୟ କୋଚ୍ ହେନ୍ରିକ୍ ମାଲାନ୍‌ଙ୍କ ଇସ୍ତଫା

Sibu Singh June 29, 2026
yuvasamay

Bringing you the latest news, politics, business, technology, sports and entertainment updates from Odisha, India and around the world.

Categories

  • କ୍ରୀଡା
  • ଖବର
  • ଜୀବନ ଚର୍ଯ୍ୟା
  • ପ୍ରଯୁକ୍ତି
  • ଶିକ୍ଷା
  • ବାଣିଜ୍ୟ
  • ବିଶେଷ
  • ମନୋରଞ୍ଜନ

Quick Links

  • About Us
  • Contact Us
  • Advertise
  • Privacy Policy
  • Disclaimer
  • Sitemap

Latest Links

Odisha News Bhubaneswar News Cuttack News Breaking News Odisha Odisha Education News Job News Odisha OSSC Updates OPSC News Cricket News IPL News Sports News Odisha Technology News AI News Mobile News Odia Cinema Ollywood News Bollywood News Business News Gold Price Odisha Petrol Price Odisha
© 2026 All Rights Reserved by Yuvasamay