ପୁଣି ଲଘୁଚାପ ; ରାଜ୍ୟର ୨୧ଟି ସ୍ଥାନରେ ହେବ ଭୀଷଣ ବର୍ଷା
ଭୁବନେଶ୍ୱର: ଆଜି ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ପୂର୍ବାନୁମାନ କରାଯାଇଛି। ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି।
ସ୍ଥାନୀୟ ପାଣିପାଗ ବିଭାଗ ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି। ଲଗାତାର ପାଞ୍ଚ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆସନ୍ତା 24 ଘଣ୍ଟା ପାଇଁ 21 ଜିଲ୍ଲା ପାଇଁ ହଳଦିଆ ସତର୍କତା ଜାରି କରିଛି।
ଆସନ୍ତାକାଲି ମୟୂରଭଞ୍ଜ ଏବଂ ବାଲେଶ୍ୱରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ 24 ଜୁଲାଇରୁ 28 ଜୁଲାଇ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
28 ଜୁଲାଇ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
Comments are closed.