ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷିବ ପ୍ରବଳରୁ ଅତି ପ୍ରବଳ ବର୍ଷା


ମୌସୁମୀ ସକ୍ରିୟ ଥିବାରୁ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ହେବାର ସମ୍ଭାବନା ରହିଛି। ଆସନ୍ତା ୪୮ଘଣ୍ଟା ପର‌୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡା, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢ଼େଙ୍କାନାଳ, ବରଗଡ଼, ଜଗତସିଂହପୁର, ଗଞ୍ଜାମ ଓ ପୁରୀରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁାମନ କରାଯାଇଛି। ପୁଣି ୯ରୁ ୧୦ ତାରିଖ ମଧ୍ୟରେ ରାଜ୍ୟର ବିଭନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ବିଜୁଳି ଆଶଙ୍କା ରହିଛି। ୧୧ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହି ପାରେ।


Share It

Comments are closed.